www.samajalive.in
Friday, December 5, 2025
23.1 C
Bhubaneswar

ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ମୃତ

ଦେବଗଡ : ଦେବଗଡ ବନଖଣ୍ଡ ରିଆମାଳ ଓ ଛେଣ୍ଡିପଦା ବନାଞ୍ଚଳ ଜୁରାଡଙ୍ଗା ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଗୋଠ ଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ କୁଞ୍ଜ ଦେହୁରୀ (୬୨) ଏବଂ ରଜନୀ ବେହେରା (୪୫) ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଆଜି ସକାଳୁ ଉଭୟ ଶୌଚ ପାଇଁ ଯାଇଥିବାବେଳେ ହଠାତ୍ ଏକ ଗୋଠଛଡା ଦନ୍ତା ହାତୀ ଜଙ୍ଗଲରୁ ଆସି ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ କୁଞ୍ଜଙ୍କର ମୃତ୍ୟୁ ଘଟିଥିବାବେଳେ ରଜନୀଙ୍କୁ ଗୁରୁତର ଅବସ୍ଥାରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ରଜନୀଙ୍କର ମୃତ୍ୟୁ ଘଟିଥିଲା। ହାତୀ ଆତଙ୍କ ଯୋଗୁଁ ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

‘ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ’- ଅପରାଧୀଙ୍କୁ ଦିଆଯାଇନି ରାଜନୈତିକ ସଂରକ୍ଷଣ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବ ସରକାରଙ୍କ ଅମଳରେ ଅପରାଧରେ ସମ୍ପୃକ୍ତ ରାଜନୈତିକ ବ୍ୟକ୍ତିଙ୍କୁ ସୁରକ୍ଷା...

Related Articles

Popular Categories