www.samajalive.in
Saturday, December 6, 2025
15.1 C
Bhubaneswar

ହାତୀ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ

ଢେଙ୍କାନାଳ : ଢେଙ୍କାନାଳ ହାତୀ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି । ଶନିବାର  ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ କମଳାଙ୍ଗ ଗାଁ ନିକଟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି  ଏକ ସଙ୍ଗେ ୭ଟି ହାତୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଟିମ୍ ଢେଙ୍କାନାଳରେ ପହଞ୍ଚି  ତଦନ୍ତ ଆରମ୍ଭ କରିଛି । କ୍ରାଇମବ୍ରାଞ୍ଚର ୪ଜଣିଆ ଟିମ୍ ଢେଙ୍କାନାଳରେ ପହଞ୍ଚି ଡିଏଫ୍ଓ ଏବଂ ବିଦ୍ୟୁତ୍‌ ବିଭାଗ ଅଧିକ୍ଷଣ ଯନ୍ତ୍ରୀଙ୍କୁ ବିଭିନ୍ନ ବିଷୟରେ ପଚରାଉଚୁରା କରିଛନ୍ତି। କ୍ରାଇମବ୍ରାଞ୍ଚ  ଟିମ୍ ସଂପୃକ୍ତ ଅଫିସରୁ  ତଦନ୍ତ ଆରମ୍ଭ  କରିଛନ୍ତି।

ଅନ୍ୟ ପକ୍ଷରେ ଢେଙ୍କାନାଳ ମିଳିତ ବଜାର ପୂଜା କମିଟି ପକ୍ଷରୁ ଡିଏଫ୍ଓ ଅଫିସ ଘେରାଉ କରାଯାଇଛି। ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ କମିଟି ପକ୍ଷରୁ ଦାବି କରାଯାଇଛି।

- Advertisement -

ସୂଚନାଯୋଗ୍ୟ ହାତୀ ମୃତ୍ୟୁକୁ ନେଇ ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଯେଉଁମାନେ ଦୋଷୀ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

ଅନ୍ୟପକ୍ଷରେ ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ବନବିଭାଗ ଓ ବିଦ୍ୟୁତ ବିଭାଗର ୭ଜଣ କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବନବିଭାଗର ୩ ଜଣ କର୍ମଚାରୀ ନିଲମ୍ବିତ ହୋଇଥିବା ବେଳେ ବିଦ୍ୟୁତ ବିଭାଗର ଜଣେ ଅଧିକାରୀଙ୍କୁ ବହିଷ୍କାର କରାଯିବା ସହ ୩ ଜଣ ଅଧିକାରୀଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories