www.samajalive.in
Saturday, December 6, 2025
26.1 C
Bhubaneswar

ବିଦ୍ୟୁତ୍ ଆଘାତରେ ଚାଲିଗଲା ହାତୀର ଜୀବନ

ରାଉରକେଲା: ଥମୁନି ହାତୀ ମୃତ୍ୟୁ । ହାତୀ -ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି। ଆଜି ପୁଣି ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ସୁନ୍ଦରଗଡ ଜିଲ୍ଲା ଲାଠିକଟା ବ୍ଲକ ବଲାଣୀ ପଞ୍ଚାୟତ ନୂଆଗାଁ ନିକଟ ଜଙ୍ଗଲରୁ ହାତୀର ମୃତଦେହ ଠାବ ହୋଇଛି। ତେବେ ମିଳିଥିବା ସୂଚନା ଅନୁଯାୟୀ ସୋମବାର ରାତିରେ ହାତୀଟି ଖାଦ୍ୟ ଅନ୍ବେଷଣରେ ଗାଁକୁ ପଶି ଆସିଥିଲା। ହଲେ ହାଠାତ୍ କୌଣସି କାରଣରୁ ହାତୀଟି ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା। ଫଳରେ ଘଟଣାସ୍ଥଳରେ ହାତୀଟିର ମୃତ୍ୟୁ ଘଟିଥିଲା। ପରେ ଖବର ପାଇ ପାନପୋଷ ରେଞ୍ଜ ଅଧିକାରୀ ଓ ତାଙ୍କ ଟିମ୍ ଘଟଣାସ୍ଥଳରେ ପହଞ୍ଚି ହାତୀଟି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories