www.samajalive.in
Monday, December 8, 2025
14.1 C
Bhubaneswar

ହାତୀ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ

ତେଲକୋଇ : ହାତୀ ଆକ୍ରମଣରେ ପୁଣି ଗଲା ଆଉ ଏକ ଜୀବନ। କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳରେ ହାତୀ ଆକ୍ରମଣରେ ଗୁରୁବାର ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ଜଣେ ୱାର୍ଡ ମେମ୍ବର ବୋଲି ଜଣାପଡିଛି। ତେଲକୋଇ ବନାଞ୍ଚଳ ବନବିହାରୀପୁର ନୂଆଗାଁରେ ଦେଖାଦେଇଛି ହାତୀ ଆତଙ୍କ। ରାତିରେ ବର୍ଷା ପବନ ପରେ ନିକଟରେ ଥିବା ତୋଟାକୁ ଆମ୍ବ ଗୋଟାଇବାକୁ ଯାଇଥିବା ବେଳେ ମହିଳାଙ୍କୁ ହାତୀ ଆକ୍ରମଣ କରିଥିଲା। ହାତୀ ମହିଳାଙ୍କୁ ପାଦରେ ଦଳି ଦେବା ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣା ଜାଣିବା ପରେ ସ୍ଥାନୀୟ ଲୋକେ ମହିଳାଙ୍କୁ ଡାକ୍ତରଖାନା ନେଇଥିଲେ ମଧ୍ୟ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ମହିଳାଙ୍କ ମୃତ୍ୟୁ ପରେ ସ୍ଥାନୀୟ ଲୋକେ କ୍ଷତି ପୂରଣ ଦାବି କରିଛନ୍ତି। ଖବର ପାଇ ବନବିଭାଗ, ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories