www.samajalive.in
Wednesday, December 10, 2025
18.1 C
Bhubaneswar

ନୀଳଗିରିକୁ ପଶିଲେ ୫୫ ଟିକିଆ ଝାଡ଼ଖଣ୍ଡୀ ହାତୀ, ଆତଙ୍କିତ ଲୋକେ

ନୀଳଗିରି : ବାଲେଶ୍ୱର ଜିଲ୍ଲା ନୀଳଗିରି ଅଞ୍ଚଳକୁ ମାଡି ଆସିଛନ୍ତି ଝାଡ଼ଖଣ୍ଡୀ ହାତୀପଲ। ନୀଳଗିରିର ସୀମାନ୍ତ କୁହାଯାଉଥିବା ମୟୁରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ନଡ଼ପୁର ଜଙ୍ଗଲ ଛାଡି ନୀଳଗିରିର ଗୋପାଳପୁର ସଂରକ୍ଷିତ ଜଙ୍ଗଲରେ ୫୫ଟି ହାତୀ ଆଜି ସକାଳୁ ଆସିଛନ୍ତି। ସେମାନଙ୍କ ମଧ୍ୟରେ ୨୬ଟି ମାଈ, ୧୩ଟି ଅଣ୍ଡିରା ଏବଂ ୧୬ଜଣ ଛୁଆ ହାତୀ ଅଛନ୍ତି। ଏହି ଛୁଆ ହାତୀମାନେ ବେଶୀ ଉପଦ୍ରଵ କରୁଥିବା ଦେଖିବାକୁ ମିଳିଛି। ଆସିବା ରାସ୍ତାରେ ସେମାନେ ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ଏବେ ଧାନ ଅମଳ ସମୟ ହୋଇଥିବା ଯୋଗୁଁ ହାତୀପଲ ଆସୁଥିବା ସୂଚନା ପାଇ ଚାଷୀକୁଳ ଆତଙ୍କିତ ହୋଇ ପଡିଛନ୍ତି। ଘଟଣା ସ୍ଥଳରେ ବନବିଭାଗ କର୍ମଚାରୀ ମୁତୟନ ରହିଛନ୍ତି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories