www.samajalive.in
Saturday, December 6, 2025
16.1 C
Bhubaneswar

ହାତୀ ଘଉଡାଇବାବେଳେ ଦଳିଦେଲା ଦନ୍ତା

ଝାରସୁଗୁଡା: ଦିନକୁ ଦିନ ହାତୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ହାତୀ-ମଣିଷ ଲଢେଇ ମଧ୍ୟରେ କେତେବେଳେ ମଣିଷର ଜୀବନ ଯାଉଛି ତ କେତେବେଳେ ହାତି ବଳି ପଡୁଛି। ଆଜି ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲ୍ଲା କିରମିରା ବ୍ଲକ ଭାଲୁପତରା ଗାଁରେ। ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଭାଲୁପତ୍ରା ଗାଁର ଫକିର କିଷାନ ବୋଲି ଜଣାପଡିଛି।  ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କିଛି ହାତୀପଲ ଭାଲୁପତ୍ରା ଗାଁକୁ ପଶି ଆସିଥିଲେ। ଗାଁ ଲୋକେ ଭୟଭୀତ ହୋଇ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ହାତୀ ଘଉଡାଇବାକୁ ଉଦ୍ୟମ କରିଥିଲେ। ଫକିର ମଧ୍ୟ ଏଥିରେ ସାମିଲ ହୋଇଥିଲେ। କିନ୍ତୁ  ହଠାତ୍ ହାତୀ ପଛକୁ ଫେରି ଆସି ଫକିରଙ୍କୁ ଆକ୍ରମଣ କରିଥିଲା। ଫଳରେ ଗୁରୁତର ଅବସ୍ଥାରେ ଫକିରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଫକିରଙ୍କ ମୃତ୍ୟୁ ଖବର ସାରା ଗାଁରେ ଶୋକର ଛାୟା ଖେଳାଇ ଦେଇଛି।

 

- Advertisement -

 

 

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories