www.samajalive.in
Friday, December 12, 2025
14.1 C
Bhubaneswar

ହାତୀ ଘଉଡାଇବାବେଳେ ଦଳିଦେଲା ଦନ୍ତା

ଝାରସୁଗୁଡା: ଦିନକୁ ଦିନ ହାତୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ହାତୀ-ମଣିଷ ଲଢେଇ ମଧ୍ୟରେ କେତେବେଳେ ମଣିଷର ଜୀବନ ଯାଉଛି ତ କେତେବେଳେ ହାତି ବଳି ପଡୁଛି। ଆଜି ଏଭଳି କିଛି ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲ୍ଲା କିରମିରା ବ୍ଲକ ଭାଲୁପତରା ଗାଁରେ। ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଭାଲୁପତ୍ରା ଗାଁର ଫକିର କିଷାନ ବୋଲି ଜଣାପଡିଛି।  ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କିଛି ହାତୀପଲ ଭାଲୁପତ୍ରା ଗାଁକୁ ପଶି ଆସିଥିଲେ। ଗାଁ ଲୋକେ ଭୟଭୀତ ହୋଇ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ହାତୀ ଘଉଡାଇବାକୁ ଉଦ୍ୟମ କରିଥିଲେ। ଫକିର ମଧ୍ୟ ଏଥିରେ ସାମିଲ ହୋଇଥିଲେ। କିନ୍ତୁ  ହଠାତ୍ ହାତୀ ପଛକୁ ଫେରି ଆସି ଫକିରଙ୍କୁ ଆକ୍ରମଣ କରିଥିଲା। ଫଳରେ ଗୁରୁତର ଅବସ୍ଥାରେ ଫକିରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଫକିରଙ୍କ ମୃତ୍ୟୁ ଖବର ସାରା ଗାଁରେ ଶୋକର ଛାୟା ଖେଳାଇ ଦେଇଛି।

 

- Advertisement -

 

 

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories