www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ରମ୍ପଙ୍କ ହାତ ଛାଡ଼ିଲେ ମସ୍କ; ନିଜ ପଦରୁ ଦେଲେ ଇସ୍ତଫା

ସମାଜ ଡିଜିଟାଲ ଡେସ୍କ: ଟ୍ରମ୍ପ-ମସ୍କ ସମ୍ପର୍କରେ ଫାଟ। ଡୋନାଲ୍ଡ ଟ୍ରମ୍ପ ପ୍ରଶାସନରୁ ଅଲଗା ହେବାର ଘୋଷଣା କରିଛନ୍ତି ଏଲନ୍ ମସ୍କ। ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ। ‘ଏକ୍ସ’ ଯୋଗେ ଏନେଇ ସୂଚନା ଦେଇଛନ୍ତି ନିଜେ ଏଲନ ମସ୍କ। ସେ କହିଛନ୍ତି, ‘‘ଆମେରିକା ସରକାରରେ ଜଣେ ବିଶେଷ କର୍ମଚାରୀ ଭାବେ ମୋର ନିର୍ଦ୍ଧାରିତ ସମୟ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମୁଁ ଧନ୍ୟବାଦ ଦେବାକୁ ଚାହୁଁଛି। ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ, କାରଣ ଏହା ସରକାରଙ୍କ ସମସ୍ତ ବିଭାଗରେ ଜୀବନଶୈଳୀ ହୋଇଯିବ।


ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ। ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବାବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା। ତେବେ ଟ୍ରମ୍ପଙ୍କର ମନଇଚ୍ଛା ନିଷ୍ପତ୍ତି ଏହା ପଛର ବଡ଼ କାରଣ ବୋଲି କୁହାଯାଉଛି। ଗତ କିଛି ଦିନ ହେବ ଟ୍ରମ୍ପ ଯେଉଁ ନିଷ୍ପତ୍ତି ନେଉଛନ୍ତି, ତାହା ବେଶ ବିବାଦୀୟ ହେଉଛି। ଏହି କାରଣରୁ ମସ୍କ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି।

- Advertisement -

ଏଠାରେ ସୂଚନାଯୋଗ୍ୟ, ଏପ୍ରିଲ୍ ଆରମ୍ଭରେ ଖବର ଆସିଥିଲା ​​ଯେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱିତୀୟ କାର୍ଯ୍ୟକାଳ ସମୟରେ ସୃଷ୍ଟି ହୋଇଥିବା ସରକାରୀ ଦକ୍ଷତା ବିଭାଗ(ଡିଓଜିଇ)ରୁ ଏଲନ୍ ମସ୍କ ହଟିପାରନ୍ତି। ରାଷ୍ଟ୍ରପତି ଟ୍ରମ୍ପ ନିଜେ ଏହି ସଙ୍କେତ ଦେଇଥିଲେ। ସେ କହିଥିଲେ ଯେ, ଏଲନ ମସ୍କ କିଛି ମାସ ମଧ୍ୟରେ ତାଙ୍କ ପ୍ରଶାସନ ଛାଡିବେ। ଟ୍ରମ୍ପ କହିଥିଲେ, ଏଲନ ଖୁବ୍‌ ବୁଦ୍ଧିମାନ, କିନ୍ତୁ ତାଙ୍କ ପାଖରେ ଅନେକ କମ୍ପାନୀର ଦାୟିତ୍ୱ ରହିଛି। ମୁଁ ଚାହୁଁଛି ଯେ ସେ ଲମ୍ବା ସମୟ ପର୍ଯ୍ୟନ୍ତ ରୁହନ୍ତୁ। କିନ୍ତୁ ଏପରି ଏକ ସମୟ ଆସିବ ଯେତେବେଳେ ତାଙ୍କୁ ଏହି ପଦବୀ ଛାଡିବାକୁ ପଡିବ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories