www.samajalive.in
Saturday, December 6, 2025
19.1 C
Bhubaneswar

ଏଲଭିଶ ଯାଦବଙ୍କୁ ଜାମିନ

ନୋଏଡ଼ା: ନୋଏଡ଼ ଜେଲ୍‌ରେ ଥିବା ୟୁଟ୍ୟୁବର ଏଲଭିଶ ଯାଦବଙ୍କୁ ଜାମିନ ମିଳିଛି। ମାର୍ଚ୍ଚ ୧୭ରେ ଗିରଫ ହୋଇଥିବା ଏଲଭିଶ ଯାଦବ ୫ଦିନ ଜେଲ୍‌ରେ ରହିବା ପରେ ୬ଷ୍ଠ ଦିନରେ ତାଙ୍କୁ ଜାମିନ ମିଳିଛି। ଶୁକ୍ରବାର ଅଦାଲତ ଜାମିନ ଆବେଦନ ଉପରେ ଶୁଣାଣି କରି ୫୦ ହଜାର ଟଙ୍କାର ଜାମିନ ଅର୍ଥ ରାଶି ଜମା କରିବା ପରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ସାପ ବିଷ ମାମଲାରେ ୟୁଟ୍ୟୁବର ଏଲଭିଶ୍ ଯାଦବଙ୍କୁ ନୋଏଡ଼ା ପୁଲିସ ଗିରଫ କରିଥିଲା। ଗତ ବର୍ଷ ସେକ୍ଟର ୩୯ରେ ନୋଏଡା ପୁଲିସ ଏହି ମାମଲାରେ ଅଭିଯୋଗ ପାଇଥିଲା। ମାର୍ଚ୍ଚ ୧୭ ତାରିଖରେ ଏଲଭିଶ୍ ଯାଦବଙ୍କୁ ପଚରାଉଚରା ପାଇଁ ଡକାଯାଇଥିଲା। ଏହାପରେ ତାଙ୍କୁ ଗିରଫ କରିଥିଲା ପୁଲିସ। ନୋଏଡାରେ ହୋଇଥିବା ରେଭ୍ ପାର୍ଟିରୁ ଯେଉଁ ନମୁନା ସଂଗ୍ରହ ହୋଇଥିଲା ତାକୁ ଯାଞ୍ଚ ପାଇଁ ଜୟପୁର ପରୀକ୍ଷାଗାରକୁ ପଠାଯାଇଥିଲା। ନମୁନାର ଏଫଏସଏଲ୍ ରିପୋର୍ଟରେ କୋବ୍ରା କ୍ରେଟ୍ ପ୍ରଜାତିର ସାପ ବିଷ ମିଳିଥିଲା। ଗତ ବର୍ଷ ନଭେମ୍ବରରେ ନୋଏଡା ପୁଲିସ ବଡ ଖୁଲାସା କରି ବିଗ୍ ବସ୍ ବିଜେତା ତଥା ୟୁଟ୍ୟୁବର ଏଲଭିଶ୍ ଯାଦବଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା। ସେ ସାପ ବିଷ ବିକିବା ସହ ରେଭ୍ ପାର୍ଟି ଆୟୋଜିତ କରୁଥିଲେ ଯେଉଁଥିରେ ଯୁବପୀଢିମାନେ ସ୍ନେକ ବାଇଟ୍ ନେଉଥିଲେ।

- Advertisement -

 

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories