www.samajalive.in
Wednesday, December 10, 2025
26.1 C
Bhubaneswar

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ

ଯାଜପୁର: ଆଜି ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ହୋଇଯାଇଛି। ଏସସିବି ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ବୟସ ହୋଇଥିଲା। ଆଜି ତାଙ୍କ ମରଶରୀରକୁ ଜନ୍ମମାଟିକୁ ନିଆଯିବ। ଆସନ୍ତାକାଲି ପିତା ନୀଳମଣି ସାମଲଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ତାଙ୍କ ପୁଅ ଚନ୍ଦ୍ରକାନ୍ତ ସାମଲ କହିଛନ୍ତି।

ଯାଜପୁର ବଡ଼ଚଣା ବାଲିପଡିଆ ଗାଁରେ ଜନ୍ମ ଗ୍ରହଣ କରିଥିବା ନୀଳମଣି ସାମଲ ୪ ଦିନ ତଳେ ବ୍ରେନ୍‌ଷ୍ଟ୍ରୋକ୍‌ ହେବାରୁ ତାଙ୍କୁ କଟକ ଏସ୍‌ସିବି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଅପରାହ୍ନରେ ତାଙ୍କର ପରଲୋକ ହୋଇଛି। ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ପରଲୋକ ହେବା ଖବର ପାଇ ବହୁ ବିଶିଷ୍ଟ ବ୍ୟକ୍ତି ଏସସିବି ମେଡିକାଲ୍‌ରେ ପହଞ୍ଚି ତାଙ୍କର ଅନ୍ତିମ ଦର୍ଶନ କରିବା ସହିତ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

- Advertisement -

ବଡ଼ଚଣା ବ୍ଲକ ବାଲିପଡିଆ ଗାଁରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଜନ୍ମ ଗ୍ରହଣ କରିଥିଲେ। ମହାତ୍ମା ଗାନ୍ଧିଙ୍କ ଡାକରାରେ ସ୍ୱାଧୀନତା ସଂଗ୍ରାମରେ ସାମିଲ ହୋଇଥିଲେ। ଏଥିପାଇଁ ସେ ଜେଲ୍‌ ମଧ୍ୟ ଯାଇଥିଲେ। ଦେଶ ସ୍ୱାଧୀନ ହେବାପରେ ମହାତ୍ମା ଗାନ୍ଧିଙ୍କ ବାର୍ତ୍ତାକୁ ଅକ୍ଷରେ ଅକ୍ଷରେ ପାଳନ କରିଥିଲେ। ସେ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ହୋଇଥିଲେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories