ଭୁୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ। ଗତକାଲି ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ତାଙ୍କୁ ଏକ ଘରୋଇ ହସ୍ପିଟାଲ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜନେତା, କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାମ୍ବାଦିକ ମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଖୋର୍ଦ୍ଧା ଜିଲା ବାଲଗୁଗାଁରେ ବାସୁଦେବ ମହାପାତ୍ରଙ୍କ ଜନ୍ମ। ସେ ଅନେକ ଗଣମାଧ୍ୟମରେ କାର୍ଯ୍ୟ କରିଛନ୍ତି। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
ବିଶିଷ୍ଟ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଶୋକ ପ୍ରକାଶ କରିଛନ୍ତି। ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ଏହାକୁ ଏକ ଅପୂରଣୀୟ କ୍ଷତି ଦର୍ଶାଇ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
— CMO Odisha (@CMO_Odisha) May 1, 2023
ଓଡ଼ିଶାର ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ପରିବେଶ ଓ କୃଷି ସାମ୍ବାଦିକତା ଉପରେ ତାଙ୍କର ରଚନା ଓ ଉପସ୍ଥାପନା ଥିଲା ସ୍ୱତନ୍ତ୍ର । ସାମ୍ବାଦିକତା ଜଗତରେ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।…
— Dharmendra Pradhan (@dpradhanbjp) May 1, 2023



