www.samajalive.in
Thursday, December 11, 2025
18.1 C
Bhubaneswar

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ

ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି, ସରକାରୀ ଚାକିରିକୁ ସବୁବେଳେ ଜନସେବା ଭାବେ ମନେ କରିବେ । ସରକାରୀ ଚାକିରି ମିଳିଯିବା ପରେ କେବେହେଲେ କାର୍ଯ୍ୟରେ ଅବହେଳା କରିବେ ନାହିଁ  ଓ ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ୨୦୨୫ ଅବସରରେ ନବନିଯୁକ୍ତମାନଙ୍କୁ ଉପଦେଶ ଦେଇ କହିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ଜଳସେଚନ କାର୍ଯ୍ୟର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

- Advertisement -

ନିଯୁକ୍ତି ମେଳାରେ ଜଳ ସମ୍ପଦ ବିଭାଗର ୨୩୨ ଜଣ, ପୂର୍ତ୍ତ ବିଭାଗର ୧୯୭ ଜଣ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୧୪୨ ଜଣ ସହାୟକ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (Assistant Executive Engineer ), ୫ ଜଣ ଅର୍ଥ ଓ ହିସାବ ଅଧିକାରୀ ଏବଂ ୧୫ ଜଣ ଯୋଜନା ସହାୟକ (Planning Assistant)ଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି। ଏହି ନିଯୁକ୍ତି ମେଳା ଜରିଆରେ ପ୍ରଥମ କରି GATE SCORE ଆଧାରରେ, ଓଡ଼ିଶା ଲୋକସେବା ଆୟୋଗ ଦ୍ଵାରା ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (AEE)ଙ୍କୁ ଚୟନ କରି ୩ଟି ଇଞ୍ଜିନିୟରିଂ ବିଭାଗରେ ନିଯୁକ୍ତି ପ୍ରଦାନ କରାଯାଇଛି। ସମୁଦାୟ ୫୯୧ ଜଣଙ୍କୁ ନିଯୁକ୍ତି ଦିଆଯାଇଛି।

କୃଷି ଶିକ୍ଷା ସଦନ ଠାରେ ଉପସ୍ଥିତ ନବନିଯୁକ୍ତଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ବର୍ଷ ଜୁନ୍ ମାସରୁ ଆଜି ଭିତରେ ଅର୍ଥାତ ୧୮ ମାସ ମଧ୍ୟରେ  ୩୭ ହଜାର ୯୧୬ ଜଣଙ୍କୁ ନିଯୁକ୍ତି ଦିଆଗଲା। ଆଗାମୀ ଛ’ ମାସ ମଧ୍ୟରେ ଆଉ ୩୦ ହଜାର ପଦବୀ ପୂରଣ କରିବା ପାଇଁ କାର୍ଯ୍ୟ ଜାରି ରହିଛି। ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ଦେଢ ଲକ୍ଷ ପଦ ପୂରଣ କରିବା ସହ ଦୁଇ ବର୍ଷ ଭିତରେ ୬୫ ହଜାର ସରକାରୀ ପଦବୀ ପୂରଣ କରିବା ପାଇଁ ଆମ ସରାକର ପ୍ରତିଶ୍ରୁତି ଦେଇଥିଲେ ।  ତେଣୁ ଆପଣମାନେ ସମସ୍ତେ ଦୁର୍ନୀତିରୁ ଊର୍ଦ୍ଧ୍ୱରେ ରହି ସରକାରଙ୍କର ସମସ୍ତ ଜନ କଲ୍ୟାଣକାରୀ କାର୍ଯ୍ୟର ସଫଳ ରୂପାୟନ ପାଇଁ ଦୃଢ ପ୍ରତିବଦ୍ଧ ହୋଇପାରିଲେ ସମାଜ ତଥା ରାଜ୍ୟ ବିକଶିତ ହୋଇପାରିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ କରିଥିଲେ । ଏହି ଯୋଜନା ପାଇଁ ୨୭୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ଏହାଦ୍ୱାରା ଆଗାମୀ ୫ ବର୍ଷରେ ୩ ହଜାର ନୂଆ ଚେକ୍‌ ଡ୍ୟାମ୍ ନିର୍ମାଣ ହେବା ସହିତ ୨ ହଜାର ପୁରୁଣା ଚେକ୍‌ ଡ୍ୟାମ୍‌ର ପୁନଃରୁଦ୍ଧାର କରାଯିବ । ଏହାଦ୍ୱାରା ରାଜ୍ୟରେ ପ୍ରାୟ ୪୮ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିପାରିବ ।

ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନାରେ ରାଜ୍ୟର ୨୨ ଟି ଜିଲ୍ଲାରେ ୧୦୧ଟି ଚେକ୍‌ଡ୍ୟାମ୍ ଲୋକାର୍ପିତ କରିଛନ୍ତି। ଏଥିପାଇଁ ୭୦ କୋଟି ୨୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ୨୪୧୬ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ।

ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନା ୩.୦ ରେ ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ୨୦୧ ଟି ଚେକ୍‌ଡ୍ୟାମ୍ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖାଯାଇଛି । ପ୍ରାୟ ୧୬୦ କୋଟି ଟଙ୍କା ବିନିଯୋଗରେ ଏହା ନିର୍ମାଣ କରାଯିବ ଏବଂ ଏହାଦ୍ୱାରା ୫୩୪୨ ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବ।

ଆଡ଼ିବନ୍ଧ ଯୋଜନା ସହିତ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି । ୧୨୫ କୋଟି ଟଙ୍କା ବିନିଯୋଗରେ ମୟୁରଭଞ୍ଜ ଓ ଗଜପତି ଜିଲ୍ଲାରେ ଦୁଇଟି ବୃହତ୍‌ ଉଠା ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି। ଏହାଦ୍ୱାରା ୪ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବା ସହିତ ପ୍ରାୟ ୧୦ ହଜାର ଚାଷୀ ଉପକୃତ ହେବେ । ଏହା ସହିତ ଆନନ୍ଦପୁର ବ୍ୟାରେଜର ଶାଳନ୍ଦୀ ବାମପାର୍ଶ୍ୱ କେନାଲର ପ୍ରାୟ ୧୪ କିଲୋମିଟର ଅଞ୍ଚଳରୁ ବାଲେଶ୍ୱର ଜିଲ୍ଲାର ପ୍ରାୟ ୧୦ ହଜାର ହେକ୍ଟର ଚାଷ ଜମିକୁ ଭୂ-ତଳ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରାଯାଇଛି ।

ଅନୁଗୋଳ ଜିଲ୍ଲାର ଅଙ୍ଗପଡ଼ା ଠାରେ ୩୩ କୋଟି ଟଙ୍କା ବିନିଯୋଗରେ ଏକ ନୂତନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୩୫୫ କୋଟି ଟଙ୍କା ବିନିଯୋଗରେ ସମ୍ୱଲପୁର ଜିଲ୍ଲାରେ ୬ ଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୧,୫୧୫ କୋଟି ଟଙ୍କା ବିନିଯୋଗରେ ରାଜ୍ୟର ୨୦ ଟି ଜିଲ୍ଲାରେ ୨୮, ୩୦୨ ଟି ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

Related Articles

Popular Categories