ଶ୍ରୀନଗର: ଜମ୍ମୁ-କଶ୍ମୀରର ସୋଫିଆନ୍ ଜିଲା କିଲୁରାଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀମାନେ ହିଜ୍ବୁଲ୍ ମୁଜ୍ଜାହିଦ୍ଦିନ ସଂଗଠନର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗତ ୨୪ ଘଣ୍ଟା ମଧ୍ୟରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ଆତଙ୍କବାଦୀଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ଅପରେସନ୍ ଜାରି ରହିଥିବାରୁ ନିହତ ଆତଙ୍କବାଦୀ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି।
ସେଠାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇବା ପରେ ସୁରକ୍ଷାକର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇବାରୁ ସୁରକ୍ଷାକର୍ମୀମାନେ ପାଲଟା ଗୁଳି ଚଳାଇଥିଲେ।
ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କବାଦୀ ନିହତ
Popular Categories


