www.samajalive.in
Monday, December 8, 2025
24.1 C
Bhubaneswar

ସୋପିୟାନରେ ଏନକାଉଣ୍ଟର ; ଜଣେ ଆତଙ୍କବାଦୀ ନିପାତ

ଜମ୍ମୁ : ଜମ୍ମୁ-କଶ୍ମୀରରେ ଶୁକ୍ରବାର ସକାଳୁ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଅତଙ୍କବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ସ୍ଥାନୀୟଅଞ୍ଚଳରେ ତଲାସୀ ଅଭିଯାନ ଜାରି ରହିଛି ।

ସୂଚନାଯୋଗ୍ୟ, ଦକ୍ଷିଣ କାଶ୍ମୀର ସୋପିୟାନ ଜିଲାର ନରବାଣୀ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ୪୪ଆର ଏବଂ ଏସଓଜିର ଯବାନ ମିଳିତି ଭାବରେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ । ଏହି ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଆତଙ୍କବାଦୀ ଗୁଳି ବର୍ଷଣ କରିଥିଲେ । ସୁରକ୍ଷାକର୍ମୀ ଜଣେ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି । ସେଠାରେ ଅନ୍ୟ ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରାଯାଉଛି । ସ୍ଥାନୀୟଅଞ୍ଚଳରେ ତଲାସୀ ଅଭିଯାନକୁ ଜୋରଦାର କରାଯାଇଥିବା ବେଳେ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଛି ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories