www.samajalive.in
Friday, December 12, 2025
19.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର; ୩ ଯବାନ, ୨ ପୁଲିସ କର୍ମଚାରୀ ସହିଦ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ହଣ୍ଡୱାରାରେ ଲଗାତାର ୩ଦିନ ଧରି ଚାଲିଛି ଏନକାଉଣ୍ଟର। ଆତଙ୍କବାଦୀଙ୍କ ସହ ଗୁଳିବିନିମୟ ବେଳେ ୩ ଜଣ ସିଆରପିଏଫ ଯବାନ ଏବଂ ୨ ପୁଲିସ କର୍ମଚାରୀ ସହିଦ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। କିନ୍ତୁ ସେମାନଙ୍କ ମୃତଦେହ ଏଯାଏ ମିଳିପାରି ନାହିଁ। ରବିବାର ସକାଳେ କିଛି ସମୟ ପାଇଁ ଗୁଳିବିନିମୟ ବନ୍ଦ ହେବା ପରେ ସୁରକ୍ଷା ବଳଙ୍କ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି।

ଶୁକ୍ରବାର ବିଳମ୍ବିତ ରାତିରେ ହଣ୍ଡୱାରାର ଏକ ଗାଁରେ ଆତଙ୍କବାଦୀମାନେ ଲୁଚି ରହିଥିବା ଖବର ମିଳିଥିଲା। ଏହା ପରେ ସୁରକ୍ଷା ବଳ ସମ୍ପୃକ୍ତ ଅଞ୍ଚଳକୁ ଘେରିଯାଇଥିଲେ। ଉଭୟ ପକ୍ଷ ମଧ୍ୟରେ ଶନିବାର ସକାଳ ପର୍ଯ୍ୟନ୍ତ ଗୁଳିବିନିମୟ ଜାରି ରହିଥିଲା। ଏହା ପରେ କିଛି ସମୟ ପାଇଁ ଗୁଳିବିନିମୟ ବନ୍ଦ ହୋଇଯାଇଥିଲା। ଫଳରେ ସୁରକ୍ଷା କର୍ମୀମାନେ ଆତଙ୍କବାଦୀମାନେ ଲୁଚି ରହିଥିବା ଘରେ ସର୍ଚ୍ଚ ଅପରେଶନ ଚଳାଇଥିଲେ। ଏହି ସମୟରେ ଲୁଚି ରହିଥିବା ଆତଙ୍କୀମାନେ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏଥିରେ ସିଆରପିଏଫର ୩ ଯବାନ ଏବଂ ଜମ୍ମୁ ପୁଲିସର ୨ କର୍ମଚାରୀ ସହିଦ ହୋଇଥିଲେ। ଏହାପରେ ପୁଣି ଗୁଳିବିନିମୟ ଆରମ୍ଭ ହୋଇଯାଇଥିଲା।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories