www.samajalive.in
Sunday, December 7, 2025
26.1 C
Bhubaneswar

ଗୁଳି ବିନିମୟରେ ଟଳିଲେ ୩୬ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ସୁରକ୍ଷାବଳକୁ ବଡ ସଫଳତା ମିଳିଛି। ଛତିଶଗଡ ସୁକମା ଓ ବିଜାପୁର ଜିଲ୍ଲା ସୀମାବର୍ତ୍ତୀ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟ ଗୁଳି ବିନିମୟ ହୋଇଛି। ଏଥିରେ ୩୬ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଦନ୍ତେଓ୍ବାଡା ନାରାୟଣପୁର ଜିଲ୍ଲା ସୀମାରେ କମ୍ବିଂ ବେଳେ ଗୁଳି ବିନିମୟ ହୋଇଥିଲା।  ସବୁ ଯବାନ ସୁରକ୍ଷିତ ଥିବା ସୂଚନା ମିଳିଛି। ସୁରକ୍ଷା ବାହିନୀ ଘଟଣାସ୍ଥଳରେ ୩୬ ମାଓବାଦୀଙ୍କ ମୃତଦେହ ଜବତ କରିଥିଲେ। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି କୁହାଯାଉଛି। ଘଟଣାସ୍ଥଳରୁ ବନ୍ଧୁକ , ଗୋଳା ବାରୁଦ ଓ ମାଓ ସମାଗ୍ରୀ ଜବତ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ ମାଓବାଦୀଙ୍କ ପରିଚୟ ମିଳିପାରିନାହିଁ। କିନ୍ତୁ ଏହା ସୁରକ୍ଷାବଳ ପାଇଁ ଏକ ବଡ ସଫଳତା ବୋଲି କୁହାଯାଉଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories