ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ ଶୁକ୍ରବାର ପୁଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଜଙ୍ଗଲରେ କୋମ୍ବିଂ ଅପରେସନ ସମୟରେ ପୁଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୁଲିସ ଗୁଳିରେ ମାଓବାଦୀ ଜଙ୍ଗଲରୁ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି।
ସୂଚନା ଅନୁସାରେ, ମାସ୍କାସାରୁ ଜଙ୍ଗଲରେ ମାଓବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁପ୍ତ ସୂଚନା ମିଳିଥିଲା। ଏହା ପରେ ସିଆରପିଏଫ ଏବଂ ଏସଓଜି ଯବାନଙ୍କ ପକ୍ଷରୁ ଜଙ୍ଗଲରେ ମିଳିତ ଭାବେ କୋମ୍ବିଂ ଅପରେସନ କରାଯାଇଥିଲା। ପୁଲିସକୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ। ଯାହାଫଳରେ ପୁଲିସ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା।


