www.samajalive.in
Tuesday, December 9, 2025
26.1 C
Bhubaneswar

ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ: ୨ ଯବାନ ସହିଦ

ଡେସ୍କ: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ଗତକାଲି ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀ ଓ ସୁରକ୍ଷାବାହିନୀ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସେନାର ୨ ଜଣ ଯବାନ ସହିଦ ହୋଇଥିବା ବେଳେ ୨ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ପ୍ରତିରକ୍ଷା ମୁଖପାତ୍ରଙ୍କ କହିବାନୁଯାୟୀ, ଗୁରୁତର ଆହତ ହୋଇଥିବା ଦୁଇ ସେନା ଯବାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ଶେଷରେ ସେମାନଙ୍କର ମୃତ୍ୟୁ ଘଟିଛି। ଦୁଇ ନାଗରିକଙ୍କୁ ମଧ୍ୟ ସେହି ଅଞ୍ଚଳରୁ ସ୍ଥାନାନ୍ତର କରାଯାଇଛି ଏବଂ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦିଆଯାଇଛି। ଶେଷ ଖବର ମିଳିବା ପର୍ଯ୍ୟନ୍ତ ଏନକାଉଣ୍ଟର ଚାଲିଥିଲା। ଅଧିକ ବିବରଣୀକୁ ଅପେକ୍ଷା କରାଯାଇଛି।

Hot this week

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

Related Articles

Popular Categories