www.samajalive.in
Sunday, December 7, 2025
26.1 C
Bhubaneswar

ନଳୀକୁମ୍ଫା ଜଙ୍ଗଲରେ ଏନ୍‌କାଉଣ୍ଟର: ଛତ୍ରଭଙ୍ଗ ଦେଲେ ୨୫ରୁ ୩୦ମାଓବାଦୀ

ବୌଦ୍ଧ: ପୁଣି ବୌଦ୍ଧରେ ପୁଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି। ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ମାଓ କ୍ୟାମ୍ପ ଧ୍ବଂସ ହୋଇଥିବାବେଳେ ୨୫ରୁ ୩୦ ଜଣ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି। ସୂଚନା ମୂତାବକ ନଳୀକୁମ୍ପା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ପୁଲିସକୁ କୌଣସି ବିଶେଷ ସୂତ୍ରରୁ ଖବର ମିଳିଥିଲା। ଏହାପରେ ପୁଲିସ ସର୍ଚ୍ଚ ଅପରେସନ୍ କରିଥିଲା। ଏହି ସମୟରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଶେଷରେ ସୁଯୋଗ ଦେଖି ୨୫ରୁ ୩୦ ମାଓବାଦୀ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସେପଟେ ଜଙ୍ଗଲରୁ ଠାବ ହୋଇଥିବା ଏକ ମାଓ କ୍ୟାମ୍ପକୁ ଧ୍ବଂସ କରାଯାଇଥିବାବେଳେ ଲ୍ୟାଣ୍ଡମାଇନ୍ , ବନ୍ଧୁକ ସହ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories