www.samajalive.in
Sunday, December 14, 2025
26.1 C
Bhubaneswar

ଜାମ୍ମୁ କାଶ୍ମୀର: ପୁଲୱାମାରେ ସୁରକ୍ଷା ବାହିନୀ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବଦ

ଜାମ୍ମୁ କାଶ୍ମୀର : ଜାମ୍ମୁ କାଶ୍ମୀରରେ ଆଜି ସୁରକ୍ଷା ବାହିନୀକୁ ଏକ ବଡ ସଫଳତା ମିଳିଛି । ଆଜି ସକାଳେ ଜାମ୍ମୁ କାଶ୍ମୀରର ପୁଲୱାମା ଜିଲ୍ଲାର କାଙ୍ଗାନ ଅଞ୍ଚଳରେ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି । ଏନକାଉଣ୍ଟରରେ ନିହତ ହୋଇଥିବା ୩ ଜଣ ଆତଙ୍କବାଦୀ ଜୈଶ ଆତଙ୍କବାଦୀ ହୋଇଥିବା ସୂଚନା ମିଳିଛି । ସୁରକ୍ଷା ବାହିନୀ ମଧ୍ୟ ଆତଙ୍କବାଦୀଙ୍କ କବଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବଦ କରିଛି ।


ମିଳିଥିବା ସୂଚନାଅନୁସାରେ ପୁଲୱାମାର କାଙ୍ଗାନ ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତ ସମ୍ପର୍କରେ ସୂଚନା ପାଇଥିଲା ଭାରତୀୟ ସୁରକ୍ଷା ବାହିନୀ । ଏହାପରେ ସୁରକ୍ଷା ବାହିନୀ କାଙ୍ଗାନ ଅଞ୍ଚଳରେ ଅବରୋଧ କରିବା ସହ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରକୁ ଗୁଳି ଚଳାଇଥିଲେ । ଏହପରେ ସୁରକ୍ଷା ବାହିନୀ ମଧ୍ୟ ଗୁଳି ଚଳାଇଥିଲା । ଗୁଳି ଚଳାଇବା ପରେ ସର୍ଚ୍ଚ ଅପରେସନ ଏକ ଏନକାଉଣ୍ଟରରେ ପରିଣତ ହୋଇଥିଲା ଏବଂ ସୁରକ୍ଷା ବାହିନୀର ଏନକାଉଣ୍ଟରରେ ୩ ଜଣ ଜୈଶ ଆତଙ୍କବାଦୀ ନିହତ ହୋଇଥିଲେ । ସୁରକ୍ଷା ବାହିନୀକୁ ଏହି ସର୍ଚ୍ଚ ଅପରେସନରେ ଭାରତୀୟ ସେନା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ଉଦ୍ଧାର କରିଥିବା ଜଣାପଡିଛି ।

- Advertisement -

 

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories