www.samajalive.in
Tuesday, December 9, 2025
15.1 C
Bhubaneswar

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ୨୪ ମାଓବାଦୀ ନିପାତ

ବିଜାପୁର: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା। ଗୋଟିଏ ଦିନରେ ନିପାତ ହୋଇଛନ୍ତି ୨୪ ମାଓବାଦୀ। ଦୁଇଟି ଭିନ୍ନ ଭିନ୍ନ ଏନକାଉଣ୍ଟରରେ ୨୪ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ ବିଜାପୁର ଜିଲାର ଗଙ୍ଗାଲୁର ଥାନା ଅଞ୍ଚଳରେ ଗୁରୁବାର ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨୦ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ପୁଲିସର ସୂଚନା ମୁତାବକ, ଡିଆରଜିର ଜଣେ ଯବାନ ଏଥିରେ ଶହୀଦ ହୋଇଛନ୍ତି।  ଅପରପକ୍ଷେ, କାଙ୍କେରରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୪ ମାଓବାଦୀ ନିପାତ ହୋଇଛନ୍ତି। ସମସ୍ତ ୨୪ ମାଓବାଦୀଙ୍କ ମୃତଦେହ ଜବତ ହୋଇଛି। ଘଟଣା ସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୋଳା ବାରୁଦ ଜବତ ହୋଇଛି।

ବିଜାପୁର ଓ ଦନ୍ତେୱାଡା ସୀମା ନିକଟ ଗଙ୍ଗାଲୁର ଥାନା ଅଞ୍ଚଳରେ ଏକ ମିଳିତ ଟିମ୍‌ ମାଓ ବିରୋଧୀ ଅଭିଯାନରେ ଯାଇଥିଲେ। ଏହି ଅଭିଯାନ ସମୟରେ ଆଜି ସକାଳ ୭ ଟାରୁ ମାଓବାଦୀ ଏବଂ ସୁରକ୍ଷା ବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories