www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରଥମ ରାଜ୍ୟ ଭାବେ ଆଦିବାସୀ ଏନସାଇକ୍ଲୋପିଡିଆ ରିଲିଜ୍ କଲା ଓଡ଼ିଶା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ରାଜ୍ୟ ଆଦିବାସୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ଏହି ଅବସରରେ ଓଡ଼ିଶାର ଜନଜାତିଙ୍କ ଜୀବନ ଶୈଳୀ ଓ ସଂସ୍କୃତି ଉପରେ ଆଧାରିତ ଗବେଷଣାଧର୍ମୀ ଏନସାଇକ୍ଲୋପିଡିଆ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ। ‘ଏନସାଇକ୍ଲୋପିଡିଆ ଅଫ ଟ୍ରାଇବସ୍‌ ଇନ୍‌ ଓଡ଼ିଶା’ ରିଲିଜ୍ କରି ଏହା ଓଡ଼ିଶା ଆଦିବାସୀ ସମ୍ପ୍ରଦାୟ ଉପରେ ଜ୍ଞାନର ସମୃଦ୍ଧ ଭଣ୍ଡାର ବୋଲି ସେ କହିଛନ୍ତି। ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଆଦିବାସୀଙ୍କୁ ନେଇ ଏନସାଇକ୍ଲୋପିଡିଆ ରିଲିଜ କରିଛି।

- Advertisement -

୩୮୦୦ ପୃଷ୍ଠା ସମ୍ବଳିତ ୫ଟି ବହିରେ ୪୧୮ ଗବେଷଣାତ୍ମକ ସ୍ତମ୍ଭ ପ୍ରକାଶିତ ହୋଇଛି। ଯେଉଁଥିରେ ୬୨ ଜନଜାତି ଓ ୧୩ ଅସୁରକ୍ଷିତ ଜନଜାତି ସମ୍ବନ୍ଧୀୟ ସ୍ତମ୍ଭ ଉଲ୍ଲେଖ ରହିଛି। ଆଦିବାସୀଙ୍କ ସମ୍ପର୍କରେ ଜାଣିବାକୁ ଇଚ୍ଛୁକ, ଗବେଷକ ଓ ଶିକ୍ଷାବିତଙ୍କ ପାଇଁ ଏହା ବିଶେଷ ଭାବେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories