www.samajalive.in
Monday, December 8, 2025
13.1 C
Bhubaneswar

ଓଡ଼ିଆରେ ଇଞ୍ଜିନିୟରିଂ ପାଠ ପଢ଼ିବେ ଛାତ୍ରଛାତ୍ରୀ, ଉନ୍ମୋଚିତ ହେଲା ଡିଗ୍ରୀ ଓ ଡିପ୍ଲୋମା ଓଡ଼ିଆ ପୁସ୍ତକ

ଭୁବନେଶ୍ବର: ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ ଉନ୍ମୋଚିତ ହୋଇଯାଇଛି। ଉଭୟ ଡିଗ୍ରୀ ଓ ଡିପ୍ଲୋମା ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଇଁ ଓଡ଼ିଆ ପୁସ୍ତକ ଉନ୍ମୋଚିତ ହୋଇଛି। ଜୟଦେବ ଭବନରେ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ଓଡ଼ିଆରେ ଇଞ୍ଜନିୟରିଂ ପୁସ୍ତକ ଉନ୍ମୋଚନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ମାତୃଭାଷାରେ ଶିକ୍ଷା ଦେବାକୁ ଜାତୀୟ ଶିକ୍ଷା ନୀତିରେ ଗୁରୁତ୍ବ ଦିଆଯାଇଛି। ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇବ। ତୃଣମୂଳ ସ୍ତରରେ ମେଧାବୀଙ୍କୁ ସରକାର ଗୁରୁତ୍ବ ଦେଉଥିବା ନେଇ ଏଥିରୁ ସ୍ପଷ୍ଟ ଜଣାପଡୁଛି। ମାତୃଭାଷାରେ ପଢୁଥିବା ଶିଶୁର ବୌଦ୍ଧିକ ବିକାଶ ଅନ୍ୟଠାରୁ ଅଧିକ ରହିଛି।

ନିଜ ଗସ୍ତର ଦିତ୍ୱୀୟ ଦିନରେ ଆଜି ଓଡ଼ିଆ ଭାଷାରେ ଇଂଜିନିୟରିଂ ପୁସ୍ତକ ଉନ୍ମୋଚନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଆ ଭାଷାରେ ଲିଖିତ ଇଞ୍ଜିନିୟରିଂ ପାଠ୍ୟପୁସ୍ତକ, ବୈଷୟିକ ଶିକ୍ଷା ସଙ୍କଳନ ଓ ଇ-କୁମ୍ଭ ପୋର୍ଟାଲର ଲୋକାର୍ପଣ କରି ରାଷ୍ଟ୍ରପତି କହିଛନ୍ତି ଯେ ମାତୃଭାଷାରେ ଶିକ୍ଷା ପାଇଲେ ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି ପାଇବ ତଥା ରାଷ୍ଟ୍ରର ବିକାଶ ନିମନ୍ତେ ସେମାନେ ଉତ୍ସର୍ଗୀକୃତ ଭାବେ ଯୋଗଦାନ କରିବେ ବୋଲି କହିଛନ୍ତି ରାଷ୍ଟ୍ରପତି।

- Advertisement -

ରାଷ୍ଟ୍ରପତି କହିଛନ୍ତି ଯେ ସ୍ଥାନୀୟ ଓ ଆଞ୍ଚଳିକ ଭାଷାରେ ଶିକ୍ଷା ଦେବାକୁ ଜାତୀୟ ଶିକ୍ଷା ନୀତି-୨୦୨୦ରେ ଗୁରୁତ୍ୱ ଦିଆଯାଇଛି। ଅତିକମ୍‌ରେ ୫ମ ଗ୍ରେଡ ପର୍ଯ୍ୟନ୍ତ ମାତୃଭାଷାରେ ଶିକ୍ଷାଦାନ ଦିଆଯିବା ଉଚିତ ବୋଲି ଉଲ୍ଲେଖ କରାଯାଇଛି। କେନ୍ଦ୍ର ଶିକ୍ଷା ବିଭାଗର ଏହା ଏକ ପ୍ରେରଣାଦାୟୀ ପଦକ୍ଷେପ। ଏହାଦ୍ୱାରା ଶିକ୍ଷା ସମସ୍ତଙ୍କ ପାଖରେ ପହଞ୍ଚିପାରିବ।
ଇଂରାଜୀ ଭାଷାରେ ଦିଆଯାଉଥିବା ଶିକ୍ଷାକୁ ବହୁ ଛାତ୍ରଛାତ୍ରୀ ବୁଝି ପାରୁ ନାହାନ୍ତି। ତେଣୁ ମାତୃଭାଷାରେ ବୈଷୟିକ ଶିକ୍ଷା ଦେବାକୁ ନିଷ୍ପତ୍ତି ନିଆଯାଇଛି। ୫୦ ହଜାର ବୈଷୟିକ ଶବ୍ଦର ଓଡ଼ିଆ ଭାଷାନ୍ତର ହୋଇଛି। ଛାତ୍ରଛାତ୍ରୀ ନିଜ ମାତୃଭାଷାରେ ବୈଷୟିକ ଶିକ୍ଷା ପଢ଼ିଲେ ସେମାନଙ୍କ ବୌଦ୍ଧିକ ବିକାଶରେ ଏହା ସହାୟକ ହୋଇପାରିବ। ଏହା ସେମାନଙ୍କ ପାଠପଢ଼ାକୁ ସୁଗମ କରିବ। ସେଥିନିମନ୍ତେ ଇ-କୁମ୍ଭ ଭାରତୀୟ ଭାଷା ପାଇଁ ଜ୍ଞାନର ଦ୍ୱାର ଉନ୍ମୁକ୍ତ କରିବ ବୋଲି ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପ୍ରକାଶ କରିଛନ୍ତି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories