www.samajalive.in
Sunday, December 7, 2025
18.1 C
Bhubaneswar

ହାଇଦ୍ରାବାଦ ଟେଷ୍ଟ: ଇଂଲଣ୍ଡଠାରୁ ହାରିଲା ଭାରତ

ହାଇଦ୍ରାବାଦ୍‌: ହାଇଦ୍ରାବାଦ ଟେଷ୍ଟରେ ଇଂଲଣ୍ଡଠାରୁ ଭାରତ ହାରିଯାଇଛି। ଇଂଲଣ୍ଡଠାରୁ ଭାରତ ୨୮ ରନରେ ପରାସ୍ତ ହୋଇଛି। ଭାରତର ସ୍କୋର ୪୩୬, ୨୦୨ ରହିଥିବାବେଳେ ଇଂଲଣ୍ଡ ସ୍କୋର ୨୪୬, ୪୨୦ ରହିଛି।
ହାଇଦ୍ରାବାଦ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଇଂଲଣ୍ଡଠାରୁ ଭାରତ ୨୮ ରନ୍‌ରେ ହାରିଯାଇଛି। ଚତୁର୍ଥ ଦିନରେ ରବିବାର ଭାରତର ଶେଷ କ୍ରମର ଖେଳାଳି ଶ୍ରୀକର ଭରତ (୨୮), ରବିଚନ୍ଦ୍ରନ ଅଶ୍ବିନ (୨୮), ଯଶପ୍ରୀତ ବୁମରା (ଅପରାଜିତ ୬ ରନ୍‌) ଓ ମହମ୍ମଦ ସିରାଜ (୧୨) ଭଲ ସ୍କୋର କରିପାରିନଥିବାରୁ ଭାରତ ହାରି ଯାଇଛି।

ଇଂଲଣ୍ଡ ଦୁଇଟି ପାଳିରେ ଯଥାକ୍ରମେ ୨୪୬ ଓ ୪୨୦ ରନ୍‌ ସଂଗ୍ରହ କରିଥିଲା। ସେହିପରି ଭାରତ ପ୍ରଥମ ପାଳିରେ ୪୩୬ ରନ୍‌ କରିଥିଲାବେଳେ ଏହି ମୁକାବିଲା ଜିତିବା ପାଇଁ ୨୩୧ ରନ୍‌ର ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଭାରତ ଦ୍ବିତୀୟ ପାଳିରେ ମାତ୍ର ୨୦୨ ରନ୍‌ରେ ଅଲ୍‌ଆଉଟ୍‌ ହୋଇଥିଲା। ଫଳ​‌େ​‌ ଇଂଲଣ୍ଡଠାରୁ ଭାରତ ୨୮ ରନରେ ପରାସ୍ତ ହୋଇଥିଲା।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories