www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ନୂତନ ବର୍ଷ ୨୦୨୫ର ଡେସ୍କ କ୍ୟାଲେଣ୍ଡର୍ ଓ ୱାଲ କ୍ୟାଲେଣ୍ଡର ଲୋକାର୍ପିତ

ଭୁବନେଶ୍ୱର: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି l କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହୋଇଛି। ଏହି ଦେବାର୍ପଣ ପରେ ଆଜି ଉଭୟ କ୍ୟାଲେଣ୍ଡରକୁ ବିଧିବଦ୍ଧ ଭାବେ ଉନ୍ମୋଚିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଡେସ୍କ୍ କ୍ୟାଲେଣ୍ଡର ରେ ରାଜ୍ୟର ବିଭିନ୍ନ ଶିଳ୍ପୀଙ୍କ ଚିତ୍ର ଏବଂ ବାଲୁକା କଳା ସ୍ଥାନିତ ହୋଇଛି l ସେହିପରି ସାତ ପୃଷ୍ଠା ବିଶିଷ୍ଟ ୱାଲ୍ କ୍ୟାଲେଣ୍ଡରରେ ରଥାରୂଢ଼ ମହାପ୍ରଭୁଙ୍କ ଭବ୍ୟ ଚିତ୍ରମାନ ସ୍ଥାନିତ ହୋଇଅଛି । ଇଂରାଜୀ ନୂଆ ବର୍ଷରେ ପୁରୀ ଓ ଭୁବନେଶ୍ୱର ସ୍ଥିତ ଶ୍ରୀମନ୍ଦିର ସୂଚନା କେନ୍ଦ୍ର ଗୁଡିକରେ ଏହି କ୍ୟାଲେଣ୍ଡର ଶ୍ରଦ୍ଧାଳୁମାନଙ୍କ ପାଇଁ ବିକ୍ରୟ ସକାଶେ ଉପଲବ୍ଧ ହେବ।

- Advertisement -

ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ଏବଂ ପୁରୀ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories