www.samajalive.in
Sunday, December 7, 2025
18.1 C
Bhubaneswar

ଓଡ଼ିଶାରେ ବଜ୍ରପାତରେ ୩୭ ପ୍ରତିଶତ ବୃଦ୍ଧି, ମୃତାହତ ସଂଖ୍ୟାରେ ହ୍ରାସ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଜଳବାୟୁ ପ୍ରତିରୋଧୀ ନିରୀକ୍ଷଣ-ବ୍ୟବସ୍ଥା ବିକାଶ ପରିଷଦର ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ବଜ୍ରପାତରେ ୩୭ ପ୍ରତିଶତ ବୃଦ୍ଧି ହୋଇଥିଲେ ମଧ୍ୟ ମୃତାହତ ସଂଖ୍ୟାରେ ହ୍ରାସ ଘଟିଛି। ପୂର୍ବ ସୂଚନା ଏବଂ ବିପର୍ଯ୍ୟୟ ପ୍ରତିରୋଧୀ ପଦକ୍ଷେପଗୁଡ଼ିକ ଯୋଗୁଁ ମୃତାହତ ସଂଖ୍ୟାରେ ହ୍ରାସ ଘଟିଛି ବୋଲି ସେ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା କର୍ମବୀର ଗୌରୀଶଙ୍କର ରାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ‘ଉତ୍କଳ ଦୀପିକା’ ସମ୍ବାଦପତ୍ର ଜରିଆରେ ଓଡ଼ିଆଙ୍କ ମଧ୍ୟରେ ନବଜାଗରଣ ସୃଷ୍ଟି ସହ ଓଡ଼ିଆ ଭାଷା-ସାହିତ୍ୟର ସୁରକ୍ଷା ଦିଗରେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ୧୯୮୩ ବିଶ୍ୱ କପ ବିଜେତାମାନଙ୍କ ମଧ୍ୟରେ ଅନ୍ୟତମ ନାୟକ ଭାରତୀୟ କି୍ରକେଟ୍‌ ଖେଳାଳୀ ୟଶପାଲ୍‌ ଶର୍ମାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ସଦସ୍ୟ, ଶୁଭେଚ୍ଛୁ ଓ ଅନୁଗାମୀମାନଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ କୋଭିଡ୍‌ ସଂକ୍ରମିତ ହୋଇ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିବା ନେଇ ଚିନ୍ତା ପ୍ରକଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories