Other Links

ଆମ ଓଡ଼ିଶା

ସପ୍ତାହେ ପରେ ଫେରିଲେ ଅପହୃତ ୱାର୍ଡମେମ୍ବର

ସମାଜ ଡିଜିଟାଲ ଡେସ୍କ: ଯାଜପୁର ଜିଲା ବିଞ୍ଝାରପୁର ରଣପୁର ପଞ୍ଚାୟତ ୩ନଂ...

ଜୁଆର ମାଡ଼ରେ ଭାଙ୍ଗିଲା ଶୌଚାଳୟ, ଦୋକାନ

ଚନ୍ଦନେଶ୍ବର: ବାଲେଶ୍ବର ଜିଲା ଭୋଗରାଇ ବ୍ଲକ ତାଳସାରି ବେଳାଭୂମିରେ ଜୁଆର ମାଡ଼ରେ...

ଆଜି ବିଜେପି କୋର କମିଟି ବୈଠକ

ଆଜି ବିଜେପିର କୋର କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି ।...

ନୂଆପଡ଼ା ଉପନିର୍ବାଚନ: ବିଜେପି ଓ ବିଜେଡିର ପ୍ରାର୍ଥୀ କସରତ

ନୂଆପଡ଼ା/ଭୁବନେଶ୍ବର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ଦଳ ଭାବେ...

ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା: ୪୮ ଘଣ୍ଟା ବିତିଲା, ମିଳୁନି ସୁରାକ

ବ୍ରହ୍ମପୁର: ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ...

ଦେଶବିଦେଶ

କଫ୍‍ ସିରଫ୍‍ କମ୍ପାନୀ ମାଲିକ ଗିରଫ

ଭୋପାଳ: କଫ୍‍ ସିରଫ୍‍ ନିର୍ମାତା କମ୍ପାନୀ ‘ଶ୍ରୀସାନ୍‍ ଫାର୍ମା’ର ମାଲିକ ଗିରଫ...

ଆଇପିଏସ୍‍ ଅଧବକାରୀଙ୍କ ଆତ୍ମହତ୍ୟା ମାମଲାରେ ବଡ ଖୁଲାସା

ସମାଜ ଡିଜିଟାଲ ଡେସ୍କ: ହରିୟାଣା କ୍ୟାଡର ଆଇପିଏସ ଅଧିକାରୀ ପୁରନ କୁମାରଙ୍କ...

ଘରୋଇ ବିଦ୍ୟୁତ ପ୍ଲାଣ୍ଟରେ ଖସିପଡିଲା ଲିଫ୍ଟ : ୪ଜଣଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଛତିଶଗଡରେ ଏକ ବଡ ଅଘଟଣ ଘଟିଛି ।...

ଆଜି ବାୟୁସେନା ପ୍ରତିଷ୍ଠା ଦିବସ: ହିଣ୍ଡନ୍‍ ଏୟାରବେସରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତୀୟ ବାୟୁସେନାର ୯୩ତମ ପ୍ରତିଷ୍ଠା ଦିବସ...

ନିନ୍ଦନୀୟ ଆଚରଣ: ନ୍ୟାୟାଳୟର ମର୍ଯ୍ୟାଦା ରକ୍ଷା ପ୍ରଥମ କାର୍ଯ୍ୟ

ଅକ୍ଟୋବର ୬ ତାରିଖରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ବି.ଆର.ଗବଇଙ୍କ ଉପରକୁ ଜଣେ...

ରାଜନୀତି

ନୂଆପଡ଼ା ଉପନିର୍ବାଚନ: ବିଜେପି ଓ ବିଜେଡିର ପ୍ରାର୍ଥୀ କସରତ

ନୂଆପଡ଼ା/ଭୁବନେଶ୍ବର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ଦଳ ଭାବେ...

ଘାସିରାମ ମାଝୀ କଂଗ୍ରେସ ପ୍ରାର୍ଥୀ

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା...

ରାଜ୍ୟବାସୀ ଅସୁରକ୍ଷିତ: ନବୀନ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟନ୍ତ ହୋଇପଡ଼ିଛି, ଯାହାକୁ...

ନୂଆପଡା ବିଜେଡିର ଥିଲା ଓ ରହିବ- ପ୍ରମିଳା

ସମାଜ ଡିଜିଟାଲ ଡେସ୍କ: ନୂଆପଡା ଉପନିର୍ବାଚନରେ ଜିତିବ ବିଜେଡି । ଏନେଇ...

ମଙ୍ଗଳବାର ସୁଦ୍ଧା ନୂଆପଡ଼ା ଆସନ ପାଇଁ ପ୍ରାର୍ଥୀ ଦେବ କଂଗ୍ରେସ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବ ନୂଆପଡ଼ା...

ଅପରାଧ

ଡାକ୍ତରଖାନାରେ ପ୍ରେମିକାର ଶବ ଛାଡି ଚାଲିଗଲା ପ୍ରେମିକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ...

ଭିଣେଇର ଗୁଳି ମାଡରେ ଶଳା ମୃତ

ଗୁଣପୁର - ଭିଣେଇର ଗୁଳି ମାଡରେ ଶଳାର ମୃତ୍ୟୁ । ଆନ୍ଧ୍ର...

ହତ୍ୟାପରେ ବାପାକୁ ପୋତିଦେଲା ପୁଅ

ଦେବଗଡ଼: ହତ୍ୟାକାଣ୍ଡ ପରେ ବାପାଙ୍କୁ ମାଟିରେ ପୋତିଦେଲା ପୁଅ। ବାରକୋଟ ଥାନା...

୧୬.୫ ଲକ୍ଷର ବ୍ରାଉନସୁଗର ଜବତ, ଦୁଇ ଗିରଫ

ସମାଜ ଡିଜିଟାଲ ଡେସ୍କ: ବୁଲେଟରେ ବୁଲି ବ୍ରାଉନସୁଗର ବେପାର କରୁଥିବା ଦୁଇ...

ଫେସବୁକରେ ଆପତ୍ତିଜନକ ପୋଷ୍ଟ, ଅଭିଯୁକ୍ତ ଗିରଫ

ସମାଜ ଡିଜିଟାଲ ଡେସ୍କ: ସାମାଜିକ ଗଣମାଧ୍ୟମ ଫେସବୁକରେ ଆପତ୍ତିଜନକ ପୋଷ୍ଟ କରିବା...
Thursday, October 9, 2025
26.7 C
Bhubaneswar

କେତେ ଟଙ୍କା ଦରମା ପାଆନ୍ତି ଉପ-ମୁଖ୍ୟମନ୍ତ୍ରୀ ? କ’ଣ ତାଙ୍କର କ୍ଷମତା ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାରେ ନୂଆ ସରକାର ଗଠନ ହୋଇଛି। ଆନ୍ଧ୍ରରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ସହ ଓଡ଼ିଶାରେ ବିଜେପିର ମୋହନ ମାଝି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ମଧ୍ୟପ୍ରଦେଶ, ଛତିଶଗଡ ଓ ରାଜସ୍ଥାନ ଭଳି ଓଡ଼ିଶାରେ ସରକାର ଗଠନର ଫର୍ମୁଲା ଆପଣାଇଛି ବିଜେପି। ଜଣେ ମୁଖ୍ୟମନ୍ତ୍ରୀ ସହିତ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଆନ୍ଧ୍ରରେ ତେଲୁଗୁ ସିନେମା ସୁପରଷ୍ଟାର ତଥା ନେତା ପୱନ କଲ୍ୟାଣଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯାଇଛି। ଅନ୍ୟପଟେ ଓଡ଼ିଶାରେ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ଓଡ଼ିଶା ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଗତ ୧୦ବର୍ଷ ହେଲାଣି ବିଭିନ୍ନ ରାଜ୍ୟରେ ଉପମୁଖ୍ୟମନ୍ତ୍ରୀ ରହିବାର ଧାରା ଲାଗି ରହିଛି। ତେବେ ଏବେ ଜାଣିବା କଣ ସମ୍ବିଧାନରେ ମୁଖ୍ୟମନ୍ତ୍ରୀ ପଦ ଭଳି ଉପମୁଖ୍ୟମନ୍ତ୍ରୀ ପଦ ରହିଛି। ଉପମୁଖ୍ୟମନ୍ତ୍ରୀଙ୍କ ଦରମା କେତେ ଏବଂ ସେମାନଙ୍କ ପାଖରେ କଣ ସବୁ ଦାୟିତ୍ୱ ରହିଛି।
ବର୍ତ୍ତମାନ ଭାରତର ୧୪ଟି ରାଜ୍ୟରେ ୨୩ଜଣ ଉପମୁଖ୍ୟମନ୍ତ୍ରୀ ରହିଛନ୍ତି। ହିମାଚଳ ପ୍ରଦେଶ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ ସହ ତେଲେଙ୍ଗାନାରେ ଜଣେ ଲେଖାଏଁ ଉପମୁଖ୍ୟମନ୍ତ୍ରୀ ରହିଥିବା ବେଳେ ୯ଟି ରାଜ୍ୟ ବିହାର, ଛତିଶଗଡ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମେଘାଳୟ, ନାଗାଲାଣ୍ଡ, ରାଜସ୍ଥାନ, ଉତ୍ତରପ୍ରଦେଶରେ ଦୁଇ ଜଣ ଲେଖାଏଁ ଉପମୁଖ୍ୟମନ୍ତ୍ରୀ ପଦରେ ରହିଛନ୍ତି। ସେହିଭଳି ଓଡ଼ିଶାରେ ନୂଆ ସରକାରରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ପାଇଁ ସମ୍ବିଧାନରେ କଣ ରହିଛି ?
ଆମ ସମ୍ବିଧାନ ଧାରା ୧୬୩ରେ କୁହାଯାଇଛି ଯେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳ ଗଠନ ହେବାର ନିୟମ ରହିଛି। ଅନୁଚ୍ଛେଦ ୧୬୩(୧) ଅନୁସାରେ ରାଜ୍ୟପାଳଙ୍କୁ ପରାମର୍ଶ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଏକ ମନ୍ତ୍ରିମଣ୍ଡଳ ରହିବ। ରାଜ୍ୟପାଳ ହିଁ ମୁଖ୍ୟମନ୍ତ୍ରୀଙ୍କୁ ନିଯୁକ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ମନ୍ତ୍ରିମଣ୍ଡଳର ନିଯୁକ୍ତି ମଧ୍ୟ ରାଜ୍ୟପାଳ କରିବେ। ହେଲେ ସମ୍ବିଧାନରେ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ନେଇ ସେଭଳି କିଛି ନିୟମ ଉଲ୍ଲେଖ ନାହିଁ। ଉପମୁଖ୍ୟମନ୍ତ୍ରୀ ପଦକୁ କ୍ୟାବିନେଟ ମନ୍ତ୍ରୀ ପଦ ସହିତ ଗ୍ରହଣ କରାଯାଇଥାଏ। ତେବେ ଏଥିରୁ ସ୍ପଷ୍ଟ ହେଉଛି ଯେ ଉପମୁଖ୍ୟମନ୍ତ୍ରୀଙ୍କୁ କ୍ୟାବିନେଟ୍‌‌ ମନ୍ତ୍ରୀଙ୍କ ଭଳି ସମାନ ଦରମା ଓ ସୁବିଧା ଦିଆଯାଇଥାଏ।

- Advertisement -

ସୁପ୍ରିମକୋର୍ଟ ଏ ସମ୍ପର୍କରେ କଣ କହିଥିଲେ ?
ଉପମୁଖ୍ୟମନ୍ତ୍ରୀ ନିଯୁକ୍ତି ନେଇ ଚଳିତବ ବର୍ଷ ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ଯେଉଁଥିରେ ପ୍ରଧାନ ବିଚାରପତି ଜଷ୍ଟିସ୍‌‌ ଡି.ୱାଇ ଚନ୍ଦ୍ରଚୂଡଙ୍କ ବେଞ୍ଚ କହିଥିଲେ ଯେ ଉପମୁଖ୍ୟମନ୍ତ୍ରୀ ପଦ ଅସମ୍ବିଧାନିକ ନୁହେଁ। ପ୍ରକୃତରେ ସୁପ୍ରିମକୋର୍ଟରେ ଏ ସମ୍ପର୍କରେ ଏକ ପିଟିସନ ଦାୟର ହୋଇଥିଲା। ଯେଉଁଥିରେ ଏହି ପଦରେ ନିଯୁକ୍ତିକୁ ରୋକିବାକୁ କୁହାଯାଇଥିଲା। ଆବେଦନକାରୀ ଦାବି କରିଥିଲେ ଯେ ଉପମୁଖ୍ୟମନ୍ତ୍ରୀ ବୋଲି କିଛି ପଦ ସମ୍ବିଧାନରେ ନାହିଁ। ହେଲେ ଏହି ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଥିଲେ।

ଏବେ ସାଧାରଣତଃ ମେଣ୍ଟ ସରକାର ଅନେକ ସ୍ଥାନରେ ଗଠନ ହେଉଥିବାରୁ ଉପମୁଖ୍ୟମନ୍ତ୍ରୀ ପଦରେ ନେତାଙ୍କୁ ନିଯୁକ୍ତ କରାଯାଉଛି। ଉପ-ମୁଖ୍ୟମନ୍ତ୍ରୀ କ୍ୟାବିନେଟ୍‌‌ ମନ୍ତ୍ରୀଙ୍କ ଭଳି ସମାନ ଦରମା ଓ ଅନ୍ୟାନ୍ୟ ସୁବିଧା ପାଇଥାନ୍ତି। ଉପ-ମୁଖ୍ୟମନ୍ତ୍ରୀଙ୍କ କୌଣସି ନିର୍ଦ୍ଦିଷ୍ଟ କ୍ଷମତା ନାହିଁ। ଓଡ଼ିଶାରେ ନନ୍ଦିନୀ ଶତପଥୀ ମୁଖ୍ୟମନ୍ତ୍ରୀ ଥିବା ସମୟରେ ନୀଳମଣି ରାଉତରାୟ ତାଙ୍କ ସରକାରରେ ଉପ-ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାପରେ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସରକାରରେ ହେମାନନ୍ଦ ବିଶ୍ୱାଳ ଓ ବସନ୍ତ ବିଶ୍ୱାଳ ଉପ-ମୁଖ୍ୟମନ୍ତ୍ରୀ ରହିଥିଲେ।

Hot this week

କଫ୍‍ ସିରଫ୍‍ କମ୍ପାନୀ ମାଲିକ ଗିରଫ

ଭୋପାଳ: କଫ୍‍ ସିରଫ୍‍ ନିର୍ମାତା କମ୍ପାନୀ ‘ଶ୍ରୀସାନ୍‍ ଫାର୍ମା’ର ମାଲିକ ଗିରଫ...

ସପ୍ତାହେ ପରେ ଫେରିଲେ ଅପହୃତ ୱାର୍ଡମେମ୍ବର

ସମାଜ ଡିଜିଟାଲ ଡେସ୍କ: ଯାଜପୁର ଜିଲା ବିଞ୍ଝାରପୁର ରଣପୁର ପଞ୍ଚାୟତ ୩ନଂ...

ଜୁଆର ମାଡ଼ରେ ଭାଙ୍ଗିଲା ଶୌଚାଳୟ, ଦୋକାନ

ଚନ୍ଦନେଶ୍ବର: ବାଲେଶ୍ବର ଜିଲା ଭୋଗରାଇ ବ୍ଲକ ତାଳସାରି ବେଳାଭୂମିରେ ଜୁଆର ମାଡ଼ରେ...

ଆଜି ବିଜେପି କୋର କମିଟି ବୈଠକ

ଆଜି ବିଜେପିର କୋର କମିଟି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି ।...

ନୂଆପଡ଼ା ଉପନିର୍ବାଚନ: ବିଜେପି ଓ ବିଜେଡିର ପ୍ରାର୍ଥୀ କସରତ

ନୂଆପଡ଼ା/ଭୁବନେଶ୍ବର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ଦଳ ଭାବେ...

Related Articles

Popular Categories