www.samajalive.in
Sunday, December 7, 2025
14.1 C
Bhubaneswar

ପରଲୋକରେ କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣା

ନୂଆଦିଲ୍ଲୀ : ଆଉ ନାହାନ୍ତି କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ମହାରାଷ୍ଟ୍ରର ପୂର୍ବତନ ରାଜ୍ୟପାଳ ଏସଏମ୍ କ୍ରିଷ୍ଣା। ସୋମବାର ମଧ୍ୟରାତ୍ରରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆଧୁନିକ ମାଙ୍ଗାଲୁରର ନିର୍ମାତା କୁହାଯାଉଥିବା ଏସଏମ କ୍ରିଷ୍ଣା କର୍ଣ୍ଣାଟକ ତଥା ଜାତୀୟ ରାଜନୀତିରେ ମଧ୍ୟ ବେଶ୍ ଚର୍ଚ୍ଚିତ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବରେ ମଧ୍ୟ ଦାୟିତ୍ଵ ତୁଲାଇଥିଲେ। ୧୯୯୯ ମସିହାରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଥିଲେ। ୨୦୦୪ରୁ ୨୦୦୮ ମସିହା ପର୍ଯ୍ୟନ୍ତ ସେ ମହାରାଷ୍ଟ୍ରର ରାଜ୍ୟପାଳ ମଧ୍ୟ ଥିଲେ। ୨୦୨୩ରେ ପଦ୍ମ ବିଭୂଷଣରେ ତାଙ୍କୁ ସମ୍ମାନୀତ କରାଯାଇଥିଲା। ତେବେ ଏହି ମହାନ୍ ରାଜନେତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories