www.samajalive.in
Thursday, December 11, 2025
18.1 C
Bhubaneswar

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

ଭୁବନେଶ୍ବର : ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ଦେହାନ୍ତ । ଭୋଗରାଇ ପୂର୍ବତନ ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ପରଲୋକ ଘଟିଛି । ସେ ଅନେକ ଦିନ ହେବ ଫୁସଫୁସ ସଂକ୍ରମଣରେ ପୀଡିତ ଥିଲେ। ତେବେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ସମୟରେ ଆଜି ତାଙ୍କର ପରଲୋକ ଘଟିଛି ।

୭୯ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ ଓଡିଶା ରାଜନୀତିରେ ଭାରି ସକ୍ରିୟ ଥିଲେ । ଭୋଗରାଇର ପୂର୍ବତନ ବିଧାୟିକା ଭାବେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ କମଳା ଦାସ । ସେ ୧୯୯୫-୨୦୦୦ ମସିହାରେ ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ମହିଳା ଓ ଶିଶୁ ବିକାଶ କଲ୍ୟାଣ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ ତୁଲାଇ ଥିଲେ କମଳା ଦାସ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories