www.samajalive.in
Monday, December 15, 2025
24.1 C
Bhubaneswar

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ପରଲୋକ

ରାୟଗଡା: ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଛି। ୮୭ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ଅସୁସ୍ଥତା କାରଣରୁ ଦୀର୍ଘଦିନ ହେବ ସେ ଚିକିତ୍ସାଧୀନ ଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲା ବିଷମକଟକରୁ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସ୍ୱର୍ଗତ ଉଲାକା ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସ ଟିକେଟରେ ବିଷମକଟକରୁ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭, ୧୯୮୦, ୧୯୮୫, ୧୯୯୫, ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସ୍ୱର୍ଗତ ଡମ୍ବରୁଧର ଉଲାକା ୧୯୭୨ ମସିହାରେ ତାଙ୍କ ରାଜନୈତିକ ଯାତ୍ରା ଆରମ୍ଭ କରିଥିବା ବେଳେ ବିଷମ କଟକ ନିର୍ବାଚନ ମଣ୍ଡଳିରୁ ୭ଥର ବିଧାୟକ ହୋଇଥିଲେ। ୧୯୮୫ମସିହାରେ ସେ ଅବକାରୀ, ସହର ଉନ୍ନତିକରଣ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ହୋଇଥିଲେ। ସ୍ୱର୍ଗତ ଡମ୍ବରୁଧର ଉଲାକାଙ୍କ ମରଶରୀର ତାଙ୍କ ଜନ୍ମମାଟି ବାଙ୍କିଲିକୁ ଅଣାଯିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ବିୟୋଗରେ ରାୟଗଡା କଂଗ୍ରେସର କାର୍ଯ୍ଯକାରୀ ସଭାପତି ଶଙ୍କର୍ଷଣ ମଙ୍ଗରାଜ, ପୂର୍ବତନ ସଭାପତି ବିଜୟ ଗମାଙ୍ଗ, ବିଜେପି ଜିଲା ସଭାପତି ଶିବ ପଟ୍ଟନାୟକ, ବିଜେପିର ସାଂସଦ ପ୍ରାର୍ଥୀ କାଳୀରାମ ମାଝୀ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories