ପତ୍ନୀ ହତ୍ୟା ମାମଲା : ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ
ଗୁଣପୁର : ପତ୍ନୀହତ୍ୟା ମାମଲାରେ ଗୁଣପୁର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ ଦେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର କୋର୍ଟ। ୫୦ ହଜାର ଜୋରିମାନା ସହ ଦଣ୍ଡାଦେଶ ଶୁଣାଇଲେ ସ୍ବତନ୍ତ୍ର ଏଡିଜେ-୩ କୋର୍ଟ। ୨୮ ବର୍ଷ ପରେ ଗର୍ଭବତୀ ପତ୍ନୀଙ୍କୁ ମିଳିଲା ନ୍ୟାୟ। ଦୁଇ ଦିନ ତଳେ ପତ୍ନୀଙ୍କୁ ହତ୍ୟା କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ। ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୧୯୯୫ରେ ରାମମୂର୍ତ୍ତିଙ୍କ ପତ୍ନୀଙ୍କ ମୃତ ପୋଡ଼ା ଦେହ ଖାରବେଳନଗରସ୍ଥିତ ଘରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୁଲିସ।
Comments are closed.