www.samajalive.in
Monday, December 15, 2025
26.1 C
Bhubaneswar

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ଘଟିଛି। ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଆଳିର ପୂର୍ବତନ ବିଧାୟକ ଡ. ଦିବାକର ଶର୍ମାଙ୍କ ପୁଅ ତଥା କବିରାଜ ଜଗନ୍ନାଥ ଶର୍ମାଙ୍କ ନାତି ହେଉଛନ୍ତି ଦେବେନ୍ଦ୍ର। ସେ ୧୯୫୯ ମସିହା ମାର୍ଚ୍ଚ ୧୮ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ମୟୂରଭଞ୍ଜ ଆଇନ ମହାବିଦ୍ୟାଳୟରୁ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହା ସହିତ ସେ ବିଜ୍ଞାନରେ ମଧ୍ୟ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories