www.samajalive.in
Saturday, December 6, 2025
26.1 C
Bhubaneswar

ଭାରତ ଯୋଡୋ ଯାତ୍ରାରେ ଯୋଗ ଦେଲେ ପୂର୍ବତନ ନୌସେନା ମୁଖ୍ୟ ଆଡମିରାଲ ରାମଦାସ

ଡେସ୍କ: ପୂର୍ବତନ ନୌସେନା ମୁଖ୍ୟ ଆଡମିରାଲ ଏଲ ରାମଦାସ ଗୁରୁବାର ଦିନ ତେଲେଙ୍ଗାନାର ‘ଭାରତ ଯୋଡୋ ଯାତ୍ରା’ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ଯୋଗ ଦେଇଛନ୍ତି। ଗୁରୁବାର ପୂର୍ବାହ୍ନରେ ସହର ଉପକଣ୍ଠରେ ଥିବା ପତନଚେରୁରୁ ଯାତ୍ରା ଆରମ୍ଭ ହୋଇଥିଲା ଏବଂ ଏହା ସଙ୍ଗାରେଡି ଜିଲ୍ଲାର ସିଭମପେଟରେ ରାତିରେ ଅଟକି ରହିବ ବୋଲି କଂଗ୍ରେସ ସୂତ୍ରରୁ ପ୍ରକାଶ।

ଅଖିଳ ଭାରତୀୟ କଂଗ୍ରେସ କମିଟି ସାଧାରଣ ସଚିବ ଜୟରାମ ରମେଶ ଟ୍ୱିଟ କରିଛନ୍ତି, ୮୯ ବର୍ଷୀୟ ନୌସେନାର ପୂର୍ବତନ ମୁଖ୍ୟ ଆଡମିରାଲ ରାମଦାସ ତାଙ୍କ ପତ୍ନୀ ଲଲିତା ରାମଦାସଙ୍କ ସହିତ ଜନସାଧାରଣଙ୍କ ପାଇଁ ଜଣେ ଅବିସ୍ମରଣୀୟ ପ୍ରଚାରକ ଭାବରେ କାର୍ଯ୍ୟ ଜାରି ରଖିଛନ୍ତି। ଏହି ଯାତ୍ରା ସେପ୍ଟେମ୍ବର ୭ରେ ତାମିଲନାଡୁର କନ୍ୟାକୁମାରୀରୁ ଆରମ୍ଭ ହୋଇଥିଲା।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories