www.samajalive.in
Monday, December 8, 2025
27.1 C
Bhubaneswar

ବଡ଼ଗାମରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ; ଜଣେ ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରର ବଡ଼ଗାମ ଜିଲ୍ଲାର ଚାଦୁରା ଅଞ୍ଚଳରେ ରବିବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଦୁଇ ଆତଙ୍କବାଦୀଙ୍କୁ ସୁରକ୍ଷାକର୍ମୀମାନେ ଘେରିଥିବା ସୂଚନା ମିଳିଛି ।

ଏକ ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଚାଦୁରା ଅଞ୍ଚଳରେ ୨ରୁ ୩ ଜଣ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ୫୩ ଜଣ ଆରଆର, ସିଆରପିଏଫ ଏବଂ ଏସଓଜି ଯବାନ ବଡଗାମରେ ମିଳିତ ଭାବେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ । ସେମାନଙ୍କୁ ସୁରକ୍ଷାକର୍ମୀମାନେ ଘେରିବାକୁ ଉଦ୍ୟମ କରିଥିବା ବେଳେ ଆତଙ୍କବାଦୀମାନେ ଗୁଳି ବର୍ଷଣ ଆରମ୍ଭ କରିଥିଲେ । ପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଫଳରେ ସୁରକ୍ଷାକର୍ମୀଙ୍କ ଗୁଳି​‌ରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ଅନ୍ୟ ଦୁଇ ଜଣ ଆତଙ୍କବାଦୀ ସେଠାରେ ଲୁଚି ଥିବା ସୂଚନା ମିଳିଛି । ସୁରକ୍ଷାକର୍ମୀ ସେମାନଙ୍କୁ ଘେରି ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ଘଟଣାସ୍ଥଳରେ ଗୁଳିବିନିମୟ ଜାରି ରହିଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories