www.samajalive.in
Monday, December 8, 2025
14.1 C
Bhubaneswar

ଅବକାରୀ ଚଢଉ, ବିପୁଳ ମଦ ଓ ପୋଚ ଜବତ, ଜଣେ ଗିରଫ

ଆଠଗଡ :  ଆଠଗଡ ଓ ନରସିଂହପୁର ଅବକାରୀ ଏବଂ କଟକ ୨ନଂ ଭ୍ରାମ୍ୟମାଣ ସ୍କାର୍ଡ ଗୁରୁବାର ମିଳିତ ଭାବେ ତିଗିରିଆ ଥାନାର ଭିରୁଡା ଏବଂ ଆଠଗଡ ଥାନା ଅନ୍ତର୍ଗତ ତାଳବସ୍ତ ଗ୍ରାମରେ ଚାଲିଥିବା ବେଆଇନ ମଦଭାଟି ଉପରେ ଚଢଉ କରିଥିଲେ । ଏହି ଚଢଉ ସମୟରେ ଉଭୟ ସ୍ଥାନରୁ ୭୩୫ଲିଟର ସଦ୍ୟ ପ୍ରସ୍ତୁତ ଦେଶୀମଦ ଏବଂ ଶତାଧିକ ପ୍ଲାଷ୍ଟିକ ଜାରକିନରେ ବିଭିନ୍ନ ସ୍ଥାନରେ ଲୁଚାଇ ରଖାଯାଇଥିବା ୮୧୫୫ଲିଟର ଗୁଡପୋଚ ଜବତ କରାଯାଇ ଘଟଣାସ୍ଥଳରେ ନଷ୍ଟ କରାଯାଇଥିଲା । ଏହି ମଦ କାରବାରରେ ସଂପୃକ୍ତ ତାଳବସ୍ତର ପ୍ରଭାକର ପାଳଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ଆଠଗଡ ଅବକାରୀ ନିରୀକ୍ଷକ ପ୍ରଭାସ କୁମାର ଚୌଧୁରୀ, ଉପନିରୀକ୍ଷକ ବିଜୟ କୁମାର ଭଞ୍ଜ, ଭ୍ରାମ୍ୟମାଣ ସ୍କାର୍ଡ ନିରୀକ୍ଷକ ସଂଜୀତ ବାର୍ଲା, ନରିସଂହପୁର ସହକାରୀ ଉପନିରୀକ୍ଷକ ଦେବାନନ୍ଦ ଭୂୟାଁଙ୍କ ସମେତ ବହୁ ଅବକାରୀ ଅଧିକାରୀ ଓ କର୍ମଚାରୀ ଏହି ଚଢାଉରେ ଅଂଶଗ୍ରହଣ କରିଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories