www.samajalive.in
Sunday, December 14, 2025
14.1 C
Bhubaneswar

କାର ସହ ୪୨୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

ତିଗିରିଆ : ଅବକାରୀ ଅଧୀକ୍ଷକ ଦେବାଶିଷ ପଟେଲଙ୍କ ନିର୍ଦ୍ଦେଶ କ୍ରମେ ଆଠଗଡ଼ ଅବକାରୀ ଉପଅଧିକ୍ଷକ ପ୍ରମୋଦ କୁମାର ପଣ୍ଡା ଓ ଅବକାରୀ ନିରୀକ୍ଷକ କେଶବ ଚନ୍ଦ୍ର ଦାସଙ୍କ ତତ୍ତ୍ଵାବଧାନରେ ତିଗିରିଆ ଥାନା ଅନ୍ତର୍ଗତ କଲରାଗଡ଼ ଅଞ୍ଚଳରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଇ ଏକ କାର ଓ ୪୨୦ ଲିଟର ଦେଶୀ ମଦ ସହିତ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଢେଙ୍କାନାଳ ଜିଲ୍ଲା ଭାପୁର ଥାନା ଅନ୍ତର୍ଗତ ଧିରପାଟଣାର ସିତୁନ ସାହୁ।ଏହି ଚଢାଉରେ ଆଠଗଡ଼ ଅବକାରୀ ଉପନିରୀକ୍ଷକ ସୌମ୍ୟ ରଞ୍ଜନ ମାଝୀ, ସନ୍ତୋଷ କୁମାର ମହାରଣା, ସନାତନ ବେହେରା, ଚନ୍ଦନ କୁମାର ସିଂ, ରଞ୍ଜିତ ମହାନ୍ତି ଓ ଜ୍ୟୋତି ପ୍ରକାଶ ପ୍ରମୁଖ ଅବକାରୀ ବିଭାଗର କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories