ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଗୁରୁତରଙ୍କୁ ୨ ଲକ୍ଷ ସହାୟତା

ଡେସ୍କ : କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ମୃତାହତଙ୍କ ପ୍ରତି ରେଳବାଇ ପକ୍ଷରୁ ସହାୟତା ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ସେହିପରି ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ ନେଇ ଘୋଷଣା କରାଯାଇଛି । ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି । ସେହିପରି ଉଦ୍ଧାର କାର୍ଯ୍ୟ ପାଇଁ ଏୟାରଫୋର୍ସ ପଠାଯାଉଥିବା ରେଳ ମନ୍ତ୍ରୀ ଟ୍ବିଟ କରି ଜଣାଇଛନ୍ତି।

ତେବେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ୫୦ ଜଣଙ୍କ ମତ୍ୟୁ, ୨ଶହରୁ ଅଧିକ ନେଇ ଦକ୍ଷିଣ-ପୂର୍ବ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.