www.samajalive.in
Sunday, December 14, 2025
23.1 C
Bhubaneswar

ପଶ୍ଚିମବଙ୍ଗ ବାଣ କାରଖାନାରେ ବିସ୍ଫୋରଣ: ୮ ମୃତ, ଅନେକ ଆହତ

କଲକତା: ପଶ୍ଚିମବଙ୍ଗର ଉତ୍ତର ୨୪ ପରଗଣା ଜିଲାରେ ରବିବାର ସକାଳେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନେକ ଆହତ ହୋଇଥିବା ଜଣାପଡ଼ିଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ସୂଚନା ମୁତାବକ, ସକାଳ ପ୍ରାୟ ୧୦ଟା ସମୟରେ ଏହି ବିସ୍ଫୋରଣ ଘଟିଛି।


କଲକତାରୁ ପ୍ରାୟ ୩୦ କିଲୋମିଟର ଉତ୍ତରରେ ଥିବା ଦତ୍ତପୁକୁର ଥାନା ଅଧୀନରେ ଥିବା ନୀଲ୍‌ଗଞ୍ଜର ମୋଶପୋଲରେ ଥିବା କାରଖାନାରେ ଅନେକ ଲୋକ କାମ କରୁଥିଲେ। ଏହି ସମୟରେ ହଠାତ୍ କାରଖାନାରେ ବିସ୍ଫୋରଣ ଘଟିଥିଲା। ସ୍ଥାନୀୟ ଲୋକଙ୍କ କହିବା ମୁତାବକ, ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି। କେତେ ମାସ ହେବ ସେଠାରେ ବେଆଇନ ଭାବେ ଏହି ବାଣ କାରଖାନା ଚାଲିଥିଲା।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories