www.samajalive.in
Wednesday, November 19, 2025
26.1 C
Bhubaneswar

ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ବିସ୍ଫୋରଣ; ୨ମୃତ, ୧୦ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ମଧ୍ୟପ୍ରଦେଶ ଜବଲପୁରରେ ଥିବା ଯୁଦ୍ଧାସ୍ତ୍ର ତିଆରି କାରଖାନାରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏବେ ବି କୋଠା ତଳେ ଅନେକ ଲୋକ ଭଗ୍ନାବଶେଷରେ ପୋତି ହୋଇ ରହିଛନ୍ତି। ମିଳିଥିବା ସୂଚନା ଅନୁସାରେ ଏହି ବିସ୍ଫୋରଣରେ ଆହତଙ୍କ ମଧ୍ୟରୁ ୯ଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ହସ୍ପିଟାଲ ପକ୍ଷରୁ ସେମାନଙ୍କୁ ସ୍ୱତନ୍ତ୍ର ଚିକିତ୍ସା ଯୋଗାଇ ଦିଆଯାଉଛି। ପୁଲିସ ଓ ସ୍ଥାନୀୟ ପ୍ରଶାସନ ଘଟଣା ସ୍ଥଳରେ ପହଞ୍ଚି ଶ୍ରମିକଙ୍କୁ ଊର୍ଦ୍ଧ୍ବାର କରିବାରେ ଲାଗିଛନ୍ତି। ତେବେ କେଉଁ କାରଣରୁ କାରଖାନାରେ ବିସ୍ଫୋରଣ ଘଟିଲା ତାହା ଜଣାପଡ଼ିନାହିଁ।

Hot this week

ପୁଣି ବଡ ଏନକାଉଣ୍ଟର : ୭ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ରପ୍ରଦେଶ ର ଆଲୁରୀ ସୀତାରାମ...

ରଣଜୀ ଟ୍ରଫି: ଓଡ଼ିଶାର ବଡ଼ ସ୍କୋର୍‌; ୪୬୫ ରନ୍‌ ଲକ୍ଷ୍ୟର ପିଛାକରି ନାଗାଲାଣ୍ଡ ୧/୪୧

କଟକ: ଭୁବନେଶ୍ବରର କିଟ୍‌ ଷ୍ଟାଡିୟମ୍‌ରେ ଚାଲିଥିବା ରଣଜୀ ଟ୍ରଫି ମ୍ୟାଚ୍‌ରେ ମଙ୍ଗଳବାର...

ଦକ୍ଷିଣ ଲେବାନନରେ ଇସ୍ରାଏଲର ବିମାନ ଆକ୍ରମଣ: ୧୧ହମାସ ଆତଙ୍କବାଦୀଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ପୁଣି ଥରେ ପାଲେଷ୍ଟାଇନବାସୀଙ୍କ ଉପରେ ଆକ୍ରମଣ...

ବାବା ସିଦ୍ଦିକି ହତ୍ୟା ମାମଲା: ଅନ୍‌ମୋଲ୍‌ ଭାରତ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବ ସିଦ୍ଦିକିଙ୍କ ହତ୍ୟା ମାମଲାରେ ସମ୍ପୃକ୍ତ...

ଅଲ୍‌ ଫଲାହ ପ୍ରତିଷ୍ଠାତା ଗିରଫ

ନୂଆଦିଲ୍ଲୀ: ହ୍ବାଇଟ କଲାର ଟେରର ମଡ୍ୟୁଲ ଓ ଦିଲ୍ଲୀ ଲାଲକିଲା ବିସ୍ଫୋରଣ...

Related Articles

Popular Categories