ସମାଜଲାଇଭ ଡେସ୍କ: ଦିଲ୍ଲୀ ଲାଲ କିଲ୍ଲା ନିକଟରେ ସୋମବାର ସନ୍ଧ୍ୟାରେ ବିସ୍ଫୋରଣ ଘଟିଛି। ଏକ କାରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଦିଲ୍ଲୀ ପୁଲିସ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି। ବିସ୍ଫୋରଣ ଭୟଙ୍କର ଥିବା ସୂଚନା ମିଳିଛି। ବିସ୍ଫୋରଣ ପରେ ଅନ୍ୟ ୩ଟି କାରରେ ନିଆଁ ଲାଗିଯାଇଥିଲା। ଏଥିରେ କେହି ମୃତତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ଏହା ଆତଙ୍କୀ କାର୍ଯ୍ୟକଳାପ କି ଅନ୍ୟ କିଛି ତାହା ସ୍ପଷ୍ଟ ହୋଇନାହିଁ। ଦମକଳବାହିନୀର ୭ଟି ଗାଡ଼ି ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ ଚଳାଇଛି।
ଦିଲ୍ଲୀରେ ବିସ୍ଫୋରଣ ପାଇଁ ଯୋଜନା ପ୍ରସ୍ତୁତ କରୁଥିବା ଏକ ଆତଙ୍କୀ ମଡ୍ୟୁଲକୁ ପୁଲିସ ପଣ୍ଡ କରିବା ପରେ ଏହି ଘଟଣା ଘଟିବା ସାଧାରଣରେ ଅନେକ ସନ୍ଦେହ ସୃଷ୍ଟି କରିଛି।



