www.samajalive.in
Saturday, December 13, 2025
26.1 C
Bhubaneswar

ଗାଡ଼ି କାଗଜପତ୍ର ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ଭୁବନେଶ୍ବର: ଗାଡ଼ି ଚାଳକଙ୍କ ପାଇଁ ଆଉ ଏକ ଆଶ୍ବସ୍ତିର ଖବର । ଗାଡ଼ି କାଗଜପତ୍ର ବୈଧ ଅବଧି ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏ ସଂପର୍କରେ କେନ୍ଦ୍ର ପରିବହନ ମନ୍ତ୍ରଣାଳୟ ପକ୍ଷରୁ ସବୁ ରାଜ୍ୟକୁ ନିର୍ଦେଶ ଦିଆଯାଇଛି ।  କରୋନା ସ୍ଥିତି, ଲକ୍ଡ଼ାଉନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ।  ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ନିମନ୍ତେ ଏହି ନିର୍ଦେଶ ଜାରି ହୋଇଛି ବୋଲି ସେ କହିଛନ୍ତି ।

କରୋନା ସମୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦ୍ବିତୀୟବାର ଏପରି ସୁଯୋଗ ଦିଆଯାଇଛି । ଗାଡ଼ିର ଫିଟନେସ, ପରମିଟ, ଡ଼୍ରାଇଭିଂ ଲାଇସେନ୍ସ, ରେଜିଷ୍ଟ୍ରେସନ ଓ ଅନ୍ୟାନ୍ୟ ଦସ୍ତାବିଜ ପ୍ରସ୍ତୁତ କରିବା ନିମନ୍ତେ ପ୍ରଥମେ ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ସୁଯୋଗ ଦିଆଯାଇଥିଲା । ଏବେ ତାହାକୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏଥିପାଇଁ ଗାଡ଼ି ମାଲିକଙ୍କୁ ଲେଟ୍ ଫି କିମ୍ବା ଜୋରିମାନା ଦେବାକୁ ପଡ଼ିବ ନାହିଁ । ପୂର୍ବରୁ ଫେବୃଆରୀରୁ ମେ ୩୧ ମଧ୍ୟରେ ଅବଧି ​‌ଶେଷ ହେଉଉଥିବା କାଗଜପତ୍ର ପ୍ରସ୍ତୁତ ନିମନ୍ତେ ୩୦ ଜୁନ୍ ପର୍ଯ୍ୟନ୍ତ ସମୟ ଦିଆଯାଇଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories