www.samajalive.in
Sunday, December 7, 2025
26.1 C
Bhubaneswar

ଆଖିତଳ କଳା ଦାଗ ପାଇଁ ଚିନ୍ତିତ କି ? ଆପଣାନ୍ତୁ ଏହି ଘରୋଇ ଉପାୟ

ମୁହଁର ଯତ୍ନ ନେବା ନିତ୍ୟାନ୍ତ ଆବଶ୍ୟକ ଅଟେ। କାରଣ ଏହା ଆପଣଙ୍କ ମୁହଁର ଆକର୍ଷଣ ବଢାଇଥାଏ। ମାତ୍ର ଆଖି ତଳର କଳା ଦାଗ ସଭିଁଙ୍କ ପାଇଁ ଏକ ମୁଖ୍ୟ ସମସ୍ୟା ଅଟେ। କାର୍ଯ୍ୟର ବ୍ୟସ୍ତତା ହେତୁ ଯଥେଷ୍ଟ ପରିମାଣରେ ନିଦ୍ରା ସମ୍ପୂର୍ଣ୍ଣ ହୋଇପାରିନଥାଏ। ଆଖି ତଳ କଳା ପଡ଼ିବାର ଏହା ଏକ ମୁଖ୍ୟ ସମସ୍ୟା ଅଟେ। ଏତଦ ବ୍ୟତୀତ ପ୍ରଦୂଷଣ, ଅସ୍ୱାସ୍ଥ୍ୟକର ଖାଦ୍ୟପେୟ, ସୂର୍ଯ୍ୟଙ୍କ ଉତ୍ତାପ ଆଦି କାରଣରୁ ମଧ୍ୟ ଏହି ସମସ୍ୟା ସୃଷ୍ଟି ହୋଇଥାଏ। କଳା ଦାଗକୁ ଦୂର କରିବା ପାଇଁ ବିଭିନ୍ନ ପ୍ରକାରର କେମିକାଲ ଯୁକ୍ତ କ୍ରିମର ମଧ୍ୟ ବ୍ୟବହାର କରିଥାଆନ୍ତି। ମାତ୍ର ଏହା ମୁହଁ ଉପରେ ବହୁ କୁପ୍ରଭାବ ପକାଇଥାଏ। ଏକ ସହଜ ଘରୋଇ ଉପାୟରେ ପୁଦିନାକୁ ବ୍ୟବହାର କରି ଆମେ ଆଖି ତଳେ ଥିବା କଳାଦାଗକୁ ଦୂର କରିପାରିବା। ଜାଣନ୍ତୁ କିପରି ….
ପୁଦିନାରେ ଥିବା ପୋଷକ ତତ୍ତ୍ୱ ଆଖି ତଳର କଳା ଦାଗକୁ ଦୂର କରିଥାଏ। ଏଥିରେ ଥିବା ପ୍ରାକୃତିକ ପୋଷକ ଗୁଣ ହେତୁ ଆଖି ତଳେ ରକ୍ତପ୍ରବାହ ସୂଚାରୁ ରୂପେ ହୋଇଥାଏ। ଏହା ଚର୍ମକୁ ପୁର୍ନଃଜୀବିତ କରିଥାଏ। ପୁଦିନାରେ ଥିବା ଆଣ୍ଟିସେଫ୍ଟିକ, ଆଣ୍ଟିବ୍ୟାକ୍ଟେରିଅଲ ଗୁଣ ଆଖି ତଳକୁ କଳା ହେବାରୁ ରକ୍ଷା କରିଥାଏ।
ପ୍ରସ୍ତୁତି କରିବାର ଉପାୟ – ପୁଦିନା ଓ ଟମାଟୋକୁ ଭଲ ଭାବେ ପେଷି ଦିଅନ୍ତୁ। ଏବେ ଏଥିରେ ୧ଚାମଚ ଲେମ୍ବୁରସ ମିଶାନ୍ତୁ। ମିଶାଇବା ପରେ ଏହାକୁ ୧୦ରୁ ୧୫ ମିନିଟ ଆଖି ତଳେ ଲଗାଇ ରଖନ୍ତୁ। ଏହା ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। ଏପରି ସପ୍ତାହକୁ ୩ ରୁ ୪ ଥର ଲଗାଇଲେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories