www.samajalive.in
Tuesday, December 9, 2025
16.1 C
Bhubaneswar

ବାର ଅନୁଯାୟୀ ବ୍ୟବହାର କରନ୍ତୁ ଫେସ ପ୍ୟାକ

ସୁନ୍ଦର ଓ ସୁସ୍ଥ ତ୍ୱଚା ପାଇଁ ସଭିଁଙ୍କ ଇଚ୍ଛା। ଘରେ ମଧ୍ୟ ଆପଣ ନିଜ ତ୍ୱଚାର ଯତ୍ନ ନେଇ ପାରିବେ। ତ୍ୱଚାକୁ ଉଜ୍ଜ୍ୱଳ ଓ ଗୋରା କରିପାରିବେ। ଜାଣନ୍ତୁ କିଛି ସହଜ ଉପାୟ ବିଷୟରେ ଯାହାକୁ ବାର ଅନୁଯାୟୀ ବ୍ୟବହାର କରିବେ …….
ସୋମବାର – ରାତିରେ ଶୋଇବା ପୂର୍ବରୁ ଗୋଲାପ ଜଳ, ବେସନ, ସରକୁ ମିଶାଇ ମୁହଁରେ ଲଗାଇ ୧୫ ମିନିଟ ରଖନ୍ତୁ। ଏହାପରେ ମୁହଁକୁ ଧୋଇ ଦିଅନ୍ତୁ।
ମଙ୍ଗଳବାର – ରାତିରେ ଶୋଇବା ପୂର୍ବରୁ ମହୁ, ସର, ଲେମ୍ବୁ ରସ ମିଶାଇ ମୁହଁରେ ଲଗାଇ ୧୫ ମିନିଟ ରଖି ମୁହଁ ଧୋଇ ଦିଅନ୍ତୁ।
ବୁଧବାର – ଏଲୋବେରା ଜେଲରେ ଭିଟାମିନ ଇ ମିଶାଇ ମୁହଁରେ ଲଗାନ୍ତୁ। କିଛି ସମୟ ରଖି ମୁହଁ ଧୋଇ ଦିଅନ୍ତୁ।
ଗୁରୁବାର – ବାଦାମକୁ ବତୁରାଇ ଏହାର ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏଥିରେ ସର ମିଶାଇ ମୁହଁରେ ଲଗାଇ ୧୫ ମିନିଟ ରଖନ୍ତୁ। ଏହାପରେ ମୁହଁ ଧୋଇ ଦିଅନ୍ତୁ।
ଶୁକ୍ରବାର – ୧ ଚାମଚ ମସୁର ଡ଼ାଲିର ଗୁଣ୍ଡ, ଅଧା ଚାମଚ ହଳଦୀ ଗୁଣ୍ଡ, ସର ମିଶାଇ ସମ୍ପୂର୍ଣ୍ଣ ମୁହଁରେ ଲଗାନ୍ତୁ। ୧୫ ମିନିଟ ରଖି ଧୋଇ ଦିଅନ୍ତୁ।
ଶନିବାର – ଚିନି ଓ ଲେମ୍ବୁ ରସକୁ ମିଶାଇ ମୁହଁରେ ଲଗାଇ ସ୍କ୍ରବ କରନ୍ତୁ। ଏହାପରେ ମୁହଁ ଧୋଇ , ସର ଲେମ୍ବୁ ରସ ମିଶାଇ ଏହାକୁ ମୁହଁରେ ଲଗାନ୍ତୁ। ୧୦ ମିନିଟ ପରେ ମୁହଁ ଧୋଇ ଦିଅନ୍ତୁ।
ରବିବାର – ଟମାଟୋ ରସ,  ବେସନ, ସରକୁ ମିଶାଇ ଏହାକୁ ମୁହଁରେ ଲଗାନ୍ତୁ। ୧୫ ମିନିଟ ରଖି ମୁହଁ ଧୋଇ ଦିଅନ୍ତୁ।
ଏହି ସମସ୍ତ ଫେସ ପ୍ୟାକ ଲଗାଇବା ପରେ ନିଜେ ଏହାର ଚମତ୍କାରିତା ଅନୁଭବ କରି ପାରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories