www.samajalive.in
Sunday, December 14, 2025
17.1 C
Bhubaneswar

ବୟୋଜ୍ୟେଷ୍ଠ ମତଦାତାଙ୍କୁ ସମ୍ବର୍ଦ୍ଧନା

ଆଠଗଡ :  ବିଶ୍ୱ ବରିଷ୍ଠ ନାଗରିକ ଦିବସ ଅବସରରେ ଭାରତର ନିର୍ବାଚନ କମିଶନଙ୍କ ଅଭିନବ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଇ ଆଠଗଡ ଉପଜିଲ୍ଲାପାଳ ୩ଜଣ ଶତାୟୁ ବୟୋଜ୍ୟେଷ୍ଠ ମତଦାତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ଆଠଗଡ ଉପଖଣ୍ଡ ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଶନିବାର ସକାଳେ ଶତାୟୁ ବୟୋଜ୍ୟେଷ୍ଠ ଭୋଟର ଜେନାପଦା ଗ୍ରାମର ବୈରାଗୀ ଶତପଥୀ, ମାଟିକୋଟ ଗ୍ରାମର କୁଞ୍ଜ ନାୟକ, ଏବଂ ସଠିଲୋ ଗ୍ରାମର ଧଡି ରାଉତଙ୍କୁ ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରଦତ୍ତ ପ୍ରଶଂସା ପତ୍ର, ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଭୋଟରମାନଙ୍କୁ ମତାଧିକାର ସାବ୍ୟସ୍ତ କରିବା ନିମନ୍ତେ ନିର୍ବାଚନ କମିଶନଙ୍କର ଏହା ଏକ ସୁଦୂର ପ୍ରସାରୀ ପ୍ରୟାସ ବୋଲି ଉପଜିଲ୍ଲାପାଳ ଶ୍ରୀ ସ୍ୱାଇଁ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ସହକାରୀ ଜିଲ୍ଲାପାଳ ପ୍ରଜ୍ଞା ପାରମିତା ପୃଷ୍ଟି, ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ଅଲେଖ ଚନ୍ଦ୍ର ଦାଶ, ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ନିର୍ବାଚନ ଉପବିଭାଗ ବରିଷ୍ଠ ସହାୟକ ସୂର୍ଯ୍ୟମଣି ସାହୁ ଓ ସିଆରସିସି ନିଳମଣୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories