www.samajalive.in
Saturday, December 6, 2025
16.1 C
Bhubaneswar

ଶୂନ୍ୟକାଳରେ ସରକାରଙ୍କୁ ଘେରିଲେ ବିରୋଧୀ: ଗୃହ ୪ଟା ଯାଏଁ ମୁଲତବୀ

ଭୁବନେଶ୍ୱର: ବିଧାନସଭା ପ୍ରଶ୍ନକାଳ ସୁରୁଖୁରୁରେ ଚାଲିବା ପରେ ଶୂନ୍ୟକାଳରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ ଭୂତ ରାସନ କାର୍ଡ ହିତାଧିକାରୀ ପ୍ରସଙ୍ଗ ଉଠାଇଥିଲେ । ରାଜ୍ୟରେ ୨୫ଲକ୍ଷ ଭୂତ କାର୍ଡ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ଯୋଗାଣ ମନ୍ତ୍ରୀ କହିଥିଲେ ଯେ ରାସନ କାର୍ଡ ପାଇଁ ୬ଲକ୍ଷ ୭୦ହଜାର ନୂଆ ଆବେଦନ କରିଥିଲେ । ସେମାନଙ୍କୁ ସାମିଲ କରାଯିବ କି? ଯଦି ୨୫ଲକ୍ଷ ଭୂତ କାର୍ଡ ତାହେଲେ ସେଗୁଡିକର ଆଧାର ଲିଙ୍କ ହୋଇଛି କି? ଯଦି ହୋଇଛି ତାହା ମନ୍ତ୍ରୀ ସ୍ପଷ୍ଟ କରନ୍ତୁ ବୋଲି ପ୍ରତାପ ଦେବ କହିଛନ୍ତି । ଏଥିସହ ହିତାଧିକାରୀଙ୍କୁ ସାମିଲ କରିବା ପାଇଁ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି କି? ଯଦି ହୋଇଛି ତାହାର କପି ସମସ୍ତ ବିଧାୟକଙ୍କୁ ପ୍ରଦାନ କରିବାକୁ ଦାବି କରିଛନ୍ତି । ସେପଟେ ମୁଲତବୀ ପ୍ରସ୍ତାବରେ ଆଇନମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୋଷ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ । ଫଳରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories