www.samajalive.in
Tuesday, December 9, 2025
16.1 C
Bhubaneswar

ସାମୁଦ୍ରିକ ଝଡ ‘ଫନି’କୁ ନେଇ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଭୁବନେଶ୍ବର : ସାମୁଦ୍ରିକ ଝଡ ‘ଫନି’ ଓଡିଶା ମୁହାଁ ହେବାରେ ଲାଗିଛି। ଏହା ଧିରେ ଧିରେ ତାଣ୍ଡବ ରୂପ ଧାରଣ କରୁଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଗଲାଣି। ତେବେ ‘ଫନି’ ପୁରୀ ଠାରୁ ୩୬୦ କିମି ଦୂରରେ ରହିଛି। ଏହାର ମୁକାବିଲା ପାଇଁ ସରକାର ସମସ୍ତ ପ୍ରକାର ପ୍ରସ୍ତୁତି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବାରମ୍ବାର ବାତ୍ୟା ସମୀକ୍ଷା କରାଯାଉଛି। ଗୁରୁବାରରେ ସଚିବାଳୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ସଚିବ ଓ ଦୂରସଂଚାର ସଂସ୍ଥା ସହ ସମୀକ୍ଷା କରିଛନ୍ତି। ଏହି ବୈଠକରେ ଶକ୍ତି, ସ୍ବାସ୍ଥ୍ୟ, ନଗର ଉନ୍ନୟନ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ସଚିବ ଉପସ୍ଥିତ ରହିଥିଲେ। ଏଥିରେ ବାତ୍ୟା ଓ ବାତ୍ୟା ପରିବର୍ତ୍ତନ ଥଇଥାନ ନେଇ ଆଲୋଚନା କରାଯାଇଛି। ଏହି ବୈଠକରେ ଟେଲିକମ ବିଭାଗର ଅଧିକାରୀଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି। ତେବେ ରାଜ୍ୟର ୭ଟି ଜିଲା ଯଥା – ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଗଞ୍ଜାମ ଓ ଗଜପତିର ଜିଲ୍ଲାପାଳଙ୍କ ସହ ଫୋନ ଯୋଗେ କଥା ହୋଇ ତଳିଆ ଅଞ୍ଚଳର ଲୋକଙ୍କୁ ଶୀଘ୍ର ସ୍ଥାନାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଏହା ବ୍ୟତୀତ କ୍ଷତିଗ୍ରସ୍ତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟକ୍ରମ ସାରିବାକୁ ଓ ଯୋଗାଯୋଗ ବ୍ୟବସ୍ଥାକୁ କାର୍ଯ୍ୟକ୍ଷ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories