www.samajalive.in
Monday, December 8, 2025
24.1 C
Bhubaneswar

ପାଖେଇ ଆସୁଛି ‘ଫନି’ : ବିଭିନ୍ନ ଜିଲା ପାଇଁ ରେଡ୍, ଅରେଞ୍ଜ ଓ ୟଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ସାମୁଦ୍ରକି ଝଡ ‘ଫନି’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ‘ଫନି’ ପ୍ରଭାବରେ ବିଭିନ୍ନ ଜିଲା ପାଇଁ ଅରେଞ୍ଜ, ୟଲୋ ଓ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ୨ରୁ ୩ ତାରିଖ ମଧ୍ୟରେ ୭ଟି ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲା ଗୁଡିକ ହେଉଛି – ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କୋରାପୁଟ, ରାୟଗଡା ଓ କନ୍ଧମାଳ। ସେହିପରି ୩ରୁ ୪ତାରିଖ ପର୍ଯ୍ୟନ୍ତ ୧୭ଟି ଜିଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲା ଗୁଡିକ ହେଉଛି –  ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, କନ୍ଧମାଳ, ରାୟଗଡା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ।

ଏହାସହ ୩ରୁ ୪ ତାରିଖ ମଧ୍ୟରେ ୪ଟି ଜିଲା ଯଥା – ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଦେବଗଡ ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୪ରୁ ୫ ତାରିଖ ମଧ୍ୟରେ ୬ଟି ଜିଲା ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ୪ରୁ ୫ ତାରିଖ ମଧ୍ୟରେ ୩ ଜିଲା କଟକ, ଅନୁଗୁଳ ଓ ଢେଙ୍କାନାଳ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

- Advertisement -

ରେଡ୍‌ ୱାର୍ଣ୍ଣିଂ କରାଯାଇଥିବା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୟଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories