www.samajalive.in
Monday, December 8, 2025
24.1 C
Bhubaneswar

ପୁରୀ ଠାରୁ ୩୬୦ କିମି ଦୂରରେ ରହିଛି ସାମୁଦ୍ରିକ ଝଡ ‘ଫନି’

ଭୁବନେଶ୍ବର : ସାମୁଦ୍ରିକ ଝଡ ‘ଫନି’ ପୁରୀ ଠାରୁ ୩୬୦ କିମି ଦୂରରେ ରହିଥିବାର ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ଏଥିପାଇଁ ବିଭିନ୍ନ ଜିଲା ପାଇଁ ରେଡ୍, ଅରେଞ୍ଜ ଓ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ତ୍ତମାନର ‘ଫନି’ର ବେଗ ଘଣ୍ଟା ପ୍ରତି ୧୬ କିମି ରହିଥିବା ଜଣାପଡିଛି। ମେ ୩ ତାରିଖ ସନ୍ଧ୍ୟା ପ୍ରାୟ ଦିନ୧୦ଟାରୁ ୧୨ଟା ମଧ୍ୟରେ ‘ଫନି’ ସ୍ଥଳଭାବ ଛୁଇଁବ। ତେବେ ଏହା ପୁରୀ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

ଏହି ସମୟରେ ପବନର ବେଗ ଘଣ୍ଟାକୁ ୧୭୦ରୁ ୧୮୦ କିମି ବେଗ ରହିବ। କେତେକ ସ୍ଥାନରେ ପବନର ବେଗ ଘଣ୍ଟାକୁ  ୨୦୦କିମି ରହିବ। ତେବେ ପ୍ରାକୃତିକ ବିପର୍ଯ୍ୟୟର କଡା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories