www.samajalive.in
Tuesday, December 9, 2025
16.1 C
Bhubaneswar

ଆସନ୍ତାକାଲି ସକାଳେ କେହି ଘରୁ ନ ବାହାରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର : ଶୁକ୍ରବାର ସକାଳେ ଫନୀ ଉପକୂଳ ଛୁଇଁବା ସମ୍ଭାବନା ଥିବାରୁ ଗୁରୁବାର ସନ୍ଧ୍ୟା​​‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ସ୍ଥିତିର ସମୀକ୍ଷା କରିଛନ୍ତି। ଲୋକଙ୍କ ସୁରକ୍ଷା ଓ ନରିପତ୍ତାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆସନ୍ତାକାଲି ସକାଳେ କେହି ଘରୁ ନ ବାହାରିବା ପାଇଁ ଉଭୟ ଭାରତୀୟ ପାଣିପାଗ ବିଭାଗ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ବିଶେଷକରି ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳର ଲୋକଙ୍କୁ କୋଠାଘରେ ଆଶ୍ରୟ ନେବାକୁ କୁହାଯାଇଛି। ଫନୀ ପାଇଁ ଭୟଭୀତ ନ ହେବାପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରତ୍ୟେକ ଜୀବନ ମୂଲ୍ୟବାନ, ତେଣୁ ଧନଜୀବନର ସୁରକ୍ଷା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ତଳିଆ ଅଞ୍ଚଳର ଲୋକଙ୍କୁ ତୁରନ୍ତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ
ଲୋକଙ୍କୁ ଶତ ପ୍ରତିଶତ ସ୍ଥାନାନ୍ତର କରାଯିବାପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ଶୁଖିଲା ଖାଦ୍ୟ ଯୋଗାଇ ଦେବା ଏବଂ ଆଶ୍ରୟ ସ୍ଥଳରେ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ପୂର୍ବରୁ ଆଜି ଦିନରେ ମଧ୍ୟ ଏକ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ।

- Advertisement -

 

 

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories