www.samajalive.in
Sunday, December 14, 2025
23.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅତି ଭୀଷଣ ସାମୁଦ୍ରିକ ଝଡ  ଫନି’ର ମୁକାବିଲାପାଇଁ   ସମୀକ୍ଷା ବୈଠକ  ଅନୁଷ୍ଠିତ

ଭୁବନେଶ୍ୱର . –   ଅତି ଭୀଷଣ ସାମୁଦ୍ରିକ ଝଡ ଫନି ପୁରୀ ନିକଟରେ ସ୍ଥଳଭାଗ (ଲ୍ୟାଣ୍ଡଫଲ) କୁ ଅତିକ୍ରମ କରିବ ବୋଲି  ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ସହ ଅନେକ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛନ୍ତି ।  ଫନିର ମୁକାବିଲା ପାଇଁ ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି ।  ଫନି ମୁକାବିଲା ପାଇଁ ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଅଛି ।

ଏହ ସମୀକ୍ଷା ବୈଠକରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ, ଏସ୍‌ଆରସି ବିଷ୍ଣୁପଦ ସେଠୀ, ପୁଲିସ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମା, ଅଗ୍ନିଶମ ଡିଜି ବିଜୟ ଶର୍ମା, ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶେକ ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -

ପୁରୀ ସହ ବିଭିନ୍ନ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରୁ ସମୁଦ୍ରକୂଳିଆ ଅଞ୍ଚଳ ସହ ତଳିଆ ଅଞ୍ଚଳରୁ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦେଶ ଦିଆଯାଇଛି । ଏହା ସହ ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବା ପାଇଁ ନିଷ୍ପତ୍ତି ନିଆଯାଇଛି । ସହାୟତା ଓ  ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ ସହ ଓଡ୍ରାଫ ଟିମ୍‌କୁ ସଜାଗ ରହିବା ପାଇଁ ନିର୍ଦେଶ ଦିଆଯାଇଛି ।

ବାତ୍ୟା ପରବର୍ତ୍ତୀ ସମୟରେ ଶୀଘ୍ର ବିଦ୍ୟୁତ ଓ ଜଳ ଯୋଗାଣ କାର୍ଯ୍ୟ ଆରମ୍ଭ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି ।

Hot this week

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

Related Articles

Popular Categories